ଜୁନ୍‌ରେ ୧,୬୧,୪୯୭ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୭: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୩ୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ ହୋଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ୩ୟ ମାସ ବା ଜୁନ୍‌ରେ ଦେଶର ଜିଏସ୍‌ଟି ସଂଗ୍ରହ ୧,୬୧,୪୯୭ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ଆଦାୟ କରାଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ୧.୫୭ (୧,୫୭,୦୯୦) ଲକ୍ଷ କୋଟି ଟଙ୍କା ଟିକସ ଆଦାୟ ହୋଇଥିଲାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ୩ୟ ମାସରେ ସଂଗୃହୀତ ଟିକସ ପରିମାଣଠାରୁ ୨୦୨୪-୨୫ ଆର୍ଥିକ ବର୍ଷର ଟିକସ ପରିମାଣ ୧୨% ଅଧିକ ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।
ସେହିଭଳି ୨୦୨୪ ଜୁନ୍‌ରେ ସଂଗୃହୀତ ମୋଟ୍‌ ଜିଏସ୍‌ଟି ରାଜସ୍ବ ୧,୬୧,୪୯୭ କୋଟି ଟଙ୍କା ସଂଗ୍ରହ ହୋଇଥିଲାବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୧,୦୧୩ କୋଟି ଟଙ୍କା ଏବଂ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୮,୨୯୨ କୋଟି ଟଙ୍କା ସାମିଲ ରହିଛି। ସେହିପରି ଆଇଜିଏସ୍‌ଟି ବାବଦରେ ୮୦,୨୯୨ କୋଟି (ସାମଗ୍ରୀ ଆମଦାନୀ ବାବଦରେ ୩୯,୦୩୫ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୧,୯୦୦ କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୨୮ କୋଟି ଟଙ୍କା ସାମିଲ) ଟଙ୍କାର ରାଜସ୍ବ ଟିକସ ଆକାରରେ ଆଦାୟ କରାଯାଇଛି।
ଅପରପକ୍ଷରେ କେନ୍ଦ୍ର ସରକାର ସିଜିଏସ୍‌ଟି ବାବଦରେ ୩୬,୨୨୪ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସଜିଏସ୍‌ଟି ବାବଦରେ ୩୦,୨୬୯ କୋଟି ଟଙ୍କା ସରକାର ପରିଶୋଧ କରିଛନ୍ତି। ଏପରିକି ୨୦୨୪ ଜୁନ୍‌ରେ ସରକାର ସିଜିଏସ୍‌ଟି ବାବଦକୁ ୬୭,୨୩୭ ଏବଂ ଏସ୍‌ଜିଏସ୍‌ଟି ବାବଦକୁ ୬୮,୫୬୧ କୋଟି ଟଙ୍କାର ସେଟଲମେଣ୍ଟ କରିଛନ୍ତି।
ଅପରପକ୍ଷରେ ଓଡ଼ିଶାରୁ ମଧ୍ୟ ଚଳିତ ଆର୍ଥିକ ବର୍ଷର ୩ୟ ମାସରେ ୪୯୮୭.୨୭ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଥିଲାବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୪୩୯୮ କୋଟି ଟଙ୍କା ଥିଲା, ଯାହା ଚଳିତ ଆର୍ଥକ ବର୍ଷର ୩ୟ ମାସର ଅବଧି ମଧ୍ୟରେ ୧୦% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri