ଶାନ୍ତି କମିଟି ବୈଠକ ପରେ ସୁନ୍ଦରଗଡ଼ରେ ହଟିଲା ୧୬୩

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରୁ ହଟିଲା ବିଏନ୍‌ଏସ୍‌ ୧୬୩ ଧାରା। ଶାନ୍ତି କମିଟି ବୈଠକ ପରେ ଜିଲାପାଳ ଶଭୁଙ୍କର ମହାପାତ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏପରିକି ସହରରେ ଇଣ୍ଟରନେଟ ସେବା ସ୍ବାଭାବିକ କରିବା ସହ ଶାନ୍ତି ଶୋଭାଯାତ୍ରା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ସୂଚନା ଯୋଗ୍ୟ, ସୁନ୍ଦରଗଡ଼ ଟାଉନ ଥାନା ଅଧୀନ ରିଜେଣ୍ଟ ମାର୍କେଟରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି କିଛି ଲୋକ ବିରୋଧ କରିଥିଲେ । ଏହାକୁ ନେଇ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ସଂଘର୍ଷରେ ୪ ପୋଲିସ କର୍ମଚାରୀ ଙ୍କ ସମେତ ୧୨ ଜଣ ଆହତ ହୋଇଥିଲେ।

ଏପରିକି ସ୍ଥିତି ଗମ୍ଭୀର ହେବାକୁ ଜିଲା ପ୍ରଶାସନ ପକ୍ଷରୁ ସୁନ୍ଦରଗଡ଼ ସହରରେ ବିଏନ୍‌ଏସ୍‌ ୧୬୩ ଧାରା ଲାଗୁ କରାଯାଇଥିଲା। କୌଣସି ପ୍ରକାର ଉତ୍ତେଜନାମୂଳକ ସନ୍ଦେଶ ପ୍ରଚାର ନ କରାଯିବା ଉଦ୍ଦେଶ୍ୟରେ ସନ୍ଧ୍ୟା ୬ଟାରୁ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରଖାଯାଇଥିଲା। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଶାନ୍ତି କମିଟି ବୈଠକ ହୋଇଥିଲା। ବୈଠକ ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକଣାକୁ କୋହଳ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…

ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ...

ବିବାହ କରିବାକୁ ମନା କଲେ ଝିଅ, ବରଯାତ୍ରୀ ନେଇ ସିଧା ପୋଲିସ ଷ୍ଟେଶନରେ ପହଞ୍ଚିଲେ ବର, ଆଉ ତା’ପରେ…

ନୂଆଦିଲ୍ଲୀ,୧୭।୧: ବିବାହ କରିବାକୁ କନ୍ୟା ପକ୍ଷ ମନା କରିବାରୁ ବରଯାତ୍ରୀ ନେଇ ପୋଲିସ ଷ୍ଟେଶନରେ ସିଧା ପହଞ୍ଚିଗଲେ ବର। ଏଭଳି ଘଟଣା ପଞ୍ଜାବର ଯମୁନାନଗର ଅଞ୍ଚଳରେ...

ରାଜ୍ୟର ସବୁ ଥଣ୍ଡା ସହର ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଚଳିତ ଶୀତ ଋ଼ତୁରେ ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଓ ଶୀତଳତମ ସହର କନ୍ଧମାଳ ଜିଲାର ଜି.ଉଦୟଗିରି। ହାଡ଼ଭଙ୍ଗା ଶୀତରେ...

ଦେବୀ ପ୍ରସାଦଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଛୁଟିଲା ଶୁଭେଚ୍ଛାର ସୁଅ

ରାଇକିଆ,୧୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ବିଜୁ ଜନତା ଦଳର ନୂତନ ଭାବେ ନଗର ଏବଂ ବ୍ଲକ ସଭାପତିଙ୍କ ନାମ ଘୋଷଣା କରାଯାଇଛି । ବିଜୁ ଜନତା...

ଦିନେ ମୋ ଘର ଭାଙ୍ଗିଥିଲ, ଆଜି ଲୋକେ ତଡ଼ିଦେଲେ: କଙ୍ଗନାଙ୍କ ହୁଙ୍କାର

ମୁମ୍ବାଇ,୧୭।୧: ମହାରାଷ୍ଟ୍ର ବିଏମସି ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ଫଳାଫଳ ସହିତ ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ ଉପରେ ଠାକରେ ପରିବାରର ଶାସନ ଶେଷ ହୋଇଛି।...

ଜବରଦଖଲ ଉଚ୍ଛେଦ ଘଟଣା: ଛଦ୍ମବେଶୀ ବ୍ୟବସାୟୀଙ୍କ ଆବେଦନ ଯୋଗୁ ବଢୁଛି ସମସ୍ୟା

ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଉଠା ଦୋକାନୀଙ୍କ ଥଇଥାନ ପାଇଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ପାଇଁ ଚାଲେଞ୍ଜ ରହିଛି।...

ଗୋମାଫିଆଙ୍କ ଘରେ ରେଡ୍‌: ବିଡ଼ା ବିଡ଼ା ଟଙ୍କା ଦେଖି ସମସ୍ତେ ତାଜୁବ

ଭଦ୍ରକ, ୧୭।୧(ସନାତନ ରାଉତ): ଅବୈଧ ଗୋ ଚାଲାଣ ଅଭିଯୋଗରେ କେନ୍ଦୁଝର ପୋଲିସ ଭଦ୍ରକ ପୁରୁଣା ବଜାର ଥାନାରେ ମୁଲ୍ଲା ସାହିରେ ଶେଖ ତାଜଉଦ୍ଦିନ ଘରେ ଚଢ଼ାଉ...

ଅସହ୍ୟ ଜାଡ଼: ପାଣିରେ ହାତ ଦେବା ହୋଇପଡ଼ୁଛି କଷ୍ଟ

ଦାରିଙ୍ଗବାଡି,୧୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଜାଡ଼ ଜାରି ରହିଛି। ମଧ୍ୟରାତ୍ରିରୁ ଜାଡ଼ ବୃଦ୍ଧି ପାଇବା ସହ ଦିନ ୧୧ ପର୍ଯ୍ୟନ୍ତ ଥରାଉଛି। ଫଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri