ଶାନ୍ତି କମିଟି ବୈଠକ ପରେ ସୁନ୍ଦରଗଡ଼ରେ ହଟିଲା ୧୬୩

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରୁ ହଟିଲା ବିଏନ୍‌ଏସ୍‌ ୧୬୩ ଧାରା। ଶାନ୍ତି କମିଟି ବୈଠକ ପରେ ଜିଲାପାଳ ଶଭୁଙ୍କର ମହାପାତ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏପରିକି ସହରରେ ଇଣ୍ଟରନେଟ ସେବା ସ୍ବାଭାବିକ କରିବା ସହ ଶାନ୍ତି ଶୋଭାଯାତ୍ରା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ସୂଚନା ଯୋଗ୍ୟ, ସୁନ୍ଦରଗଡ଼ ଟାଉନ ଥାନା ଅଧୀନ ରିଜେଣ୍ଟ ମାର୍କେଟରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି କିଛି ଲୋକ ବିରୋଧ କରିଥିଲେ । ଏହାକୁ ନେଇ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ସଂଘର୍ଷରେ ୪ ପୋଲିସ କର୍ମଚାରୀ ଙ୍କ ସମେତ ୧୨ ଜଣ ଆହତ ହୋଇଥିଲେ।

ଏପରିକି ସ୍ଥିତି ଗମ୍ଭୀର ହେବାକୁ ଜିଲା ପ୍ରଶାସନ ପକ୍ଷରୁ ସୁନ୍ଦରଗଡ଼ ସହରରେ ବିଏନ୍‌ଏସ୍‌ ୧୬୩ ଧାରା ଲାଗୁ କରାଯାଇଥିଲା। କୌଣସି ପ୍ରକାର ଉତ୍ତେଜନାମୂଳକ ସନ୍ଦେଶ ପ୍ରଚାର ନ କରାଯିବା ଉଦ୍ଦେଶ୍ୟରେ ସନ୍ଧ୍ୟା ୬ଟାରୁ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରଖାଯାଇଥିଲା। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଶାନ୍ତି କମିଟି ବୈଠକ ହୋଇଥିଲା। ବୈଠକ ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକଣାକୁ କୋହଳ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମହିଳା କ୍ରିକେଟ ଟିମ୍‌ଙ୍କୁ ଝଟ୍‌କା, ଦଳରୁ ହଠାତ୍‌ ବାହାରିଲେ ମ୍ୟାଚ୍‌ ଓ଼୍ବିନର୍‌

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆ ଗସ୍ତ କରୁଥିବା ଭାରତୀୟ ମହିଳା କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଲା ଯେତେବେଳେ ବରିଷ୍ଠ ପେସର ରେଣୁକା ସିଂହ ଠାକୁରଙ୍କୁ କାର୍ଯ୍ୟଭାର ପରିଚାଳନା…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri