ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ, ୧୩ା୧:ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ଶ୍ରୀନଅରଠାରେ ରବିବାର ସନ୍ଧ୍ୟାରେ ସମ୍ପନ୍ନ ହୋଇଛି। ଏଥିରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହୋଇଥିଲା। ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ, ସୁଧାଂଶୁ ରାଜଗୁରୁ ଏହି କାର୍ଯ୍ୟ ସମ୍ପାଦନ କରିଥିଲେ। ଗଜପତି ଏବଂ ମହାରାଣୀଙ୍କ ବନ୍ଦାପନା ପରେ ଗଜପତିଙ୍କୁ ପଇତାଲାଗି ଏବଂ ମହାପ୍ରସାଦ ପ୍ରଦାନ କରାଯାଇଥିଲା। ଗଜପତି ଗାଦିକୁ ବିଜେ କରିବା ପରେ ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତମାନେ ନଡ଼ିଆ ଏବଂ ପଇତା ପ୍ରଦାନ କରିବା ସହିତ ଆଶୀର୍ବାଦ ଦେଇଥିଲେ। ବିଜେ, କାହାଳୀ, ତେଲିଙ୍ଗି ବାଜା ଓ ଝାଞ୍ଜ ଆଦି ପାରମ୍ପରିକ ବାଦ୍ୟରେ ଶ୍ରୀନଅର ପ୍ରକମ୍ପିତ ହୋଇଥିଲା। ଏଥିରେ ବହୁ ସାଧୁସନ୍ଥ, ବ୍ରାହ୍ମଣ, ବୈଷ୍ଣବଙ୍କୁ ମହାପ୍ରସାଦ ସେବାରେ ଆପ୍ୟାୟିତ କରାଯାଇଥିଲା। ଏ ସମ୍ପର୍କରେ ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ କହିଛନ୍ତି, ଏହା ଶ୍ରୀନଅରର ଏକ ପାରମ୍ପରିକ ପର୍ବ। ପ୍ରଥମେ ପଞ୍ଚଦେବତା ପୂଜାଠାରୁ ଆରମ୍ଭ କରି ବିଭିନ୍ନ ଶାସ୍ତ୍ରୀୟ ପୂଜା କରାଯାଏ। ପରେ ଅଭିଷେକ ନୀତି ସମ୍ପନ୍ନ ହୁଏ। ଗଜପତିଙ୍କୁ ମଙ୍ଗଳାର୍ପଣ ଓ ପରେ ଅଭିମନ୍ତ୍ରିତ ଜଳରେ ଅଭିଷେକ କରାଯାଏ। ଏହାପରେ ଗଜପତି ଗାଦି ଘରକୁ ବିଜେ କରନ୍ତି। ଷୋଳ ଶାସନ ବ୍ରାହ୍ମଣମାନେ ଆଣିଥିବା ପଇତା ପ୍ରଦାନ କରିବା ସହିତ ଆଶୀର୍ବାଦ ଦେଇଥାନ୍ତି। ଗଜପତିଙ୍କ ରାଜ୍ୟ ଶାସନ ଶୁଭ ମଙ୍ଗଳରେ ଚାଲୁ ଏବଂ ଜଗତର କଲ୍ୟାଣ ହେଉ ବୋଲି ବ୍ରାହ୍ମଣମାନେ ଆଶିଷ ପ୍ରଦାନ କରିଥାନ୍ତି।


All Right Reserved By Dharitri.Com

CORONAVIRUS UPDATE: ଯାଜପୁରରେ ଆଉ ୫ ଆକ୍ରାନ୍ତ ଚିହ୍ନଟ: ତଥ୍ୟ ଜାରିକଲେ ରାଜ୍ୟ ସରକାର

ଭୁବନେଶ୍ୱର,୨।୫ (ବ୍ୟୁରୋ): ଯାଜପୁର ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏହାକୁ ମିାଶଇ ରାଜ୍ୟରେ...

ଲକ୍ଷାଧିକ ଟଙ୍କାର ଚୋରା ଶାଳ ଚୌକାଠ ସହ ପିକ୍‌ଅପ ଜବତ

ପାଟଣା,୧୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସଦର ବ୍ଲକ ଡୁମୁରିଆରୁ ବୁଧବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଭ୍ୟାନ ଯୋଗେ ୧୩୧ ଖଣ୍ଡ...

ବାତ୍ୟାରେ ଭାଙ୍ଗିଛି ଶହ ଶହ ନଡ଼ିଆ ଗଛ: ଶ୍ରୀମନ୍ଦିର ଲାଗି ଅଭାବ ପଡ଼ିପାରେ ପଇଡ଼

ପୁରୀ ଅଫିସ, ୧୯ା୫: ବାତ୍ୟାରେ ପୁରୀ ଜିଲାରେ ଲକ୍ଷାଧିକ ନଡ଼ିଆ ଗଛ ଭାଙ୍ଗିପଡ଼ିଛି। ଫଳରେ ଆଗାମୀ ଦିନରେ ନଡ଼ିଆ ଓ ପଇଡ଼ ଅଭାବ ପଡ଼ିପାରେ। ଶ୍ରୀମନ୍ଦିରରେ...

ଦିଲ୍ଲୀରୁ ଗହଣା ଚୋରି ଅଭିଯୋଗରେ ୨ ଗିରଫ

ସୋର, ୨୭ା୭(ଡି.ଏନ.ଏ.)-ଦିଲ୍ଲୀରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ସୋର ଥାନା ଅଧୀନ ରଘୁନାଥପୁର ଗ୍ରାମର କରୁଣାକର ଦାସଙ୍କୁ ସୋର...

ସବୁ ସ୍କୁଲରେ ‘ପିଲାଟିଏ- ଗଛଟିଏ’ ଅଭିଯାନ

ବ୍ରହ୍ମପୁର ଅଫିସ୍‌,୨୦ା୬-ବାରମ୍ବାର ସାମୁଦ୍ରିକ ବାତ୍ୟାର ସମ୍ମୁଖୀନ ହେଉଛି ଗଞ୍ଜାମ ଜିଲା। ଗୋଟିଏ ପରେ ଗୋଟିଏ ବାତ୍ୟା ଏ ଜିଲାର ସବୁଜିମାକୁ ନଷ୍ଟ କରିବାରେ ଲାଗିଛି। ସରକାରୀ...

ବେଆଇନ ଇଟାଭାଟିରେ ବୁଲିଲା ଜେସିବି

ପରଜଙ୍ଗ, ୫।୨ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ପକ୍ଷରୁ କୁଆଲୋ ରାଜସ୍ବ ସର୍କଲରେ ଗଢ଼ିଉଠିଥିବା ବେଆଇନ ଇଟାଭାଟି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଟାଉନ ଥାନା ଅଧୀନ ପୁଡାମାଲ ଗ୍ରାମ ନିକଟ ଏକ ବୁଦାମୂଳରୁ ସୋମବାର ସକାଳେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ...

ପଣବନ୍ଦୀ ଓଡ଼ିଆ ନାବିକ ସୁଦୀପ ଉଦ୍ଧାର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ ଚୌଧୁରୀଙ୍କୁ ଉଦ୍ଧାର କରାଯାଇଛି। ସୁଦୀପଙ୍କ ସହ ସମସ୍ତ ୪ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିବା ସୂଚନା...

Leave a comment

Your email address will not be published. Required fields are marked *