ଅନୁଗୋଳ ଜିଲାରେ ୧୬୫ ବୁଥ୍‌ ସମ୍ବେଦନଶୀଳ

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ମହମ୍ମଦ ଅବଦଲ ଅଖତାର ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି ଖବରଦାତା ସମ୍ମିଳନୀରେ ଜିଲାପାଳ କହିଛନ୍ତି, ଅନୁଗୋଳ ଜିଲାର ସମସ୍ତ ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଆସନ ପାଇଁ ଷଷ୍ଠ ପର୍ଯ୍ୟାୟରେ ମେ ୨୫ରେ ଭୋଟ୍‌ ଗ୍ରହଣ କରାଯିବ। ଏଥିପାଇଁ ଗେଜେଟ୍‌ ବିଜ୍ଞପ୍ତି ୨୯ ଏପ୍ରିଲ ୨୦୨୪ରେ ପ୍ରକାଶ ପାଇବାକୁ ଥିବାବେଳେ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ମେ ୬ ତାରିଖ ରଖାଯାଇଛି। ସେହିପରି ମେ ୯ ସୁଦ୍ଧା ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ହେବାକୁ ସ୍ଥିର ହୋଇଥିବାବେଳେ ୨୫ ତାରିଖରେ ମତଦାନ ଏବଂ ଜୁନ୍‌ ୪ ତାରିଖରେ ଭୋଟ ଗଣତି ହେବ। ଏହି ଅବସରରେ ଜିଲାପାଳ ଜିଲାସ୍ତରରେ ଖର୍ଚ୍ଚର ମନିଟରିଂ ପାଇଁ ବ୍ୟବସ୍ଥା, ଜିଲାସ୍ତରୀୟ ମିଡିଆ ସାର୍ଟିଫିକେଟ ଏବଂ ମନିଟରିଂ କମିଟି, ନିର୍ବାଚନ ପରିଚାଳନାରେ ସି ଭିଜିଲ ଆପ୍‌, ସୁବିଧା ପୋର୍ଟାଲ, ଭୋଟର ହେଲପ୍‌ ଲାଇନ୍‌ ଆଦି ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ଏଥିସହ ଜିଲାରେ ଥିବା ୧,୧୬୨ ମତଦାନ କେନ୍ଦ୍ର ମଧ୍ୟରୁ ୧୬୫ଟି ସମ୍ବେଦନଶୀଳ ମତଦାନ କେନ୍ଦ୍ର ରହିଛି। ଉକ୍ତ କେନ୍ଦ୍ରଗୁଡ଼ିକରେ ୱେବ୍‌ କାଷ୍ଟିଂ ସହ କେନ୍ଦ୍ରୀୟ ବାହିନୀ, ମାଇକ୍ରୋ ଅବଜରଭର ଏବଂ ବୁଥ୍‌କୁ କିଏ ଯାଆ ଆସ କରୁଛନ୍ତି, ତାହାର ଭିଡିଓଗ୍ରାଫି କରାଯିବ। ସେହିଭଳି ସହରାଞ୍ଚଳର ଓ ବ୍ଲକ ମୁଖ୍ୟାଳୟରେ ୬୦ଟି ସଖୀ ବୁଥ୍‌ ମଧ୍ୟ କରାଯିବ। ୨୫ଟି ବୁଥ୍‌କୁ ଯୁବ ବୁଥ୍‌ କରାଯିବ। ଉକ୍ତ ବୁଥ୍‌ର ପରିଚାଳନା ଦାୟିତ୍ୱରେ ୩୦ ବର୍ଷରୁ କମ୍‌ କର୍ମଚାରୀମାନେ ରହିବେ। ଏଥିସହ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀ ଓ କର୍ମଚାରୀ ଦ୍ୱିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ସମୟରେ ପୋଷ୍ଟାଲ ବାଲଟ୍‌ରେ ମତଦାନ କରିବେ। ଆସନ୍ତା ନିର୍ବାଚନରେ ବାଲଟ୍‌ ଭୋଟ ସଂଖ୍ୟା ବୃଦ୍ଧି ପାଇବ ବୋଲି ଜିଲାପାଳ ଦୃଢ଼ୋକ୍ତି କରିଛନ୍ତି। ଏ ନେଇ ଭୋଟ ଗଣତି କେନ୍ଦ୍ରରେ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିସହ ଭୋଟ ଗଣତି ଟେବୁଲ୍‌ ସଂଖ୍ୟା ମଧ୍ୟ ପୂର୍ବ ନିର୍ବାଚନ ଅପେକ୍ଷା ଚଳିତଥର ବୃଦ୍ଧି କରାଯାଇଛି। ଫଳରେ ସନ୍ଧ୍ୟା ପୂର୍ବରୁ ଭୋଟ ଗଣତି ଶେଷ ହେବ। ରାଜନୈତିକ ଦଳଗୁଡ଼ିକ ବ୍ୟକ୍ତିଗତ, ଜାତି ଓ ଧର୍ମକୁ ନେଇ ଭାଷଣ ଦେଇପାରିବେ ନାହିଁ ବୋଲି ଜିଲାପାଳ ଅଖତାର୍‌ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଡ.ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲାପାଳ(ସାଧାରଣ) ପ୍ରତାପ ପ୍ରୀତିମୟ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ହେମନ୍ତ କୁମାର ସିଂହ, ଅନୁଗୋଳ ଉପଜିଲାପାଳ ବରଣ୍ୟେନ୍ଦୁ ମହାନ୍ତି, ଜିଲା ସୂଚନା ବିଜ୍ଞାନ କେନ୍ଦ୍ର ଅଧ୍ୟକ୍ଷ ସୁବ୍ରତ କୁମାର ଚାଟର୍ଜୀ, ଡେପୁଟି କେଲେକ୍ଟର(ନିର୍ବାଚନ) ମମତା ପ୍ରଧାନ, ଆସିଷ୍ଟାଣ୍ଟ କଲେକ୍ଟର ସୁକାନ୍ତ କୁମାର ସାହୁଙ୍କ ସମେତ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri