Posted inଜାତୀୟ

ଆଫଗାନିସ୍ତାନରେ ଅଟକି ରହିଛନ୍ତି ୧୬୫୦ ଭାରତୀୟ, ଏୟାର ଲିଫ୍ଟ ପାଇଁ ଯୋଜନା…

ନୂଆଦିଲ୍ଲୀ,୧୮।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ପରଠାରୁ, ସେଠାରେ ଅଟକି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ନେଇ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପର୍ଯ୍ୟନ୍ତ ଭାରତୀୟ ଦୂତାବାସର ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମୀଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି। ତେବେ ବର୍ତ୍ତମାନ ଆଫଗାନିସ୍ତାନରେ ୧୬୫୦ ଭାରତୀୟ କାବୁଲରେ ରହିଛନ୍ତି। ସେମାନଙ୍କୁ ଏୟାର ଲିଫ୍ଟ ପାଇଁ ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଭାରତୀୟମାନେ ଦୂତାବାସରେ ସହାୟତା ପାଇଁ ନିବେଦନ କରିଛନ୍ତି। ଭାରତୀୟଙ୍କ ପାଇଁ ବହିର୍ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହେଲ୍ପଲାଇନ ନମ୍ବର, ଇ-ମେଲ ଆଇଡି ଜାରି କରାଯାଇଛି। ଗାଜିପୁର, ଗାଜିଆବାଦ, ଉତ୍ତରାଖଣ୍ଡର ଦେହରାଡୁନ ଏବଂ ଦିଲ୍ଲୀ ସମେତ ଅନ୍ୟାନ୍ୟ ଅଞ୍ଚଳର ଲୋକମାନେ ଆଫଗାନିସ୍ତାନରେ କାମ କରିବା ଉଦ୍ଦେଶ୍ୟରେ ସେଠାକୁ ଯାଇଥିଲେ। ମାତ୍ର ଏବେ ସେମାନେ ସେଠାରେ ଅଟକି ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଇତିମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। କାବୁଲ ବିମାନବନ୍ଦରରେ ଦଳାଚକଟା ହେବା ପରେ ଉଦ୍ଧାର କାର୍ଯ୍ୟ ପାଇଁ ଏହାକୁ କିଛି ସମୟ ଲାଗି ବନ୍ଦ କରାଯାଇଥିଲା, କିନ୍ତୁ ବର୍ତ୍ତମାନ ଏହା ପୁଣି ଆରମ୍ଭ ହୋଇଛି। ଆମେରିକା ଏବଂ ନାଟୋ ସୈନ୍ୟଙ୍କ ସାହାଯ୍ୟରେ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ସୂଚନାଯୋଗ୍ୟ ଯେ ତାଲିବାନ ପକ୍ଷରୁ ଏକ ଗଣମାଧ୍ୟମ ସମ୍ମିଳନୀରେ ନିଶ୍ଚିତ କରାଯାଇଛି ଯେ କୌଣସି ବିଦେଶୀ କିମ୍ବା ସ୍ଥାନୀୟ ନାଗରିକଙ୍କୁ କ୍ଷତି ପହଞ୍ଚାଇବା ଭଳି କାର୍ଯ୍ୟ କରାଯିବ ନାହିଁ। ଆମେରିକା ଅନୁଯାୟୀ ତାଲିବାନ ସହମତ ହୋଇଛି ଯେ ଯଦି କେହି ଦେଶ ଛାଡିବାକୁ ଚାହାଁନ୍ତି, ତେବେ ତାଙ୍କୁ ନିରାପଦରେ ଏଭଳି କରିବାକୁ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri