୧,୬୫,୭୦୦ ମାମଲା ଫଇସଲା

କଟକ ଅଫିସ, ୧୨।୨: ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ (ଓଏସ୍‌ଏଲ୍‌ଏସ୍‌ଏ) ପକ୍ଷରୁ ରାଜ୍ୟର ପ୍ରତି ଜିଲା ଏବଂ ତାଲୁକସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଚଳିତବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ତଥା ଓଏସ୍‌ଏଲ୍‌ଏସ୍‌ଏ ମୁଖ୍ୟ ପୃଷ୍ଠପୋଷକ ଏସ୍‌. ମୁରଲୀଧର ଓ ଓଏସ୍‌ଏଲ୍‌ଏସ୍‌ଏ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ତଥା ବିଚାରପତି ଯଶୱନ୍ତ ସିଂଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ଏଥିରେ ଗ୍ରହଣ କରାଯାଇଥିବା ମୋଟ ୩ ଲକ୍ଷ ୧୭ହଜାର ୬୩୪ଟି ମାମଲା ମଧ୍ୟରୁ ୧ ଲକ୍ଷ ୪ହଜାର ୨୬୧ ପ୍ରାକ୍‌ ମକଦ୍ଦମା ଓ ୨ ଲକ୍ଷ ୧୩ ହଜାର ୩୭୩ ବିଚାରାଧୀନ ରହିଥିଲା। ସେଥିମଧ୍ୟରୁ ୧ ଲକ୍ଷ ୬୫ ହଜାର ୭୦୦ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୧୭୪ କୋଟି ୭୬ ଲକ୍ଷ ୬୦ହଜାର ୯୭୨ ଟଙ୍କା ଆଦାୟ ପାଇଁ ସ୍ଥିର କରାଯାଇଥିଲା। ଉକ୍ତ ମାମଲାଗୁଡ଼ିକ ମଧ୍ୟରେ ଫୌଜଦାରି ସାଲିସଯୋଗ୍ୟ ମାମଲା ୩୨୪, ଚେକ୍‌ ବାଉନ୍ସ ୧୨୭୭, ବ୍ୟାଙ୍କ ଋଣ ୭୦୯, ମୋଟର ଦୁର୍ଘଟଣାଜନିତ କ୍ଷତିପୂରଣ ୧୦୧୦, ବୈବାହିକ ବିବାଦ ୫୯୫, ଭୂମି ଅଧିଗ୍ରହଣ ୨୭, ବିଦ୍ୟୁତ୍‌ ଓ ଜଳକର ପଇଠ ସମ୍ବନ୍ଧୀୟ ୯, ଶ୍ରମ ବିବାଦ ୧୦୪, ଚାକିରି ସମ୍ବନ୍ଧୀୟ ୮, ରାଜସ୍ବ ମକଦ୍ଦମା ୧ ଲକ୍ଷ ୪୮ହଜାର ୨୧୨, ଅନ୍ୟାନ୍ୟ ଦେୱାନୀ ୧୬୩୨, ଅନ୍ୟାନ୍ୟ ଫୌଜଦାରି ୭୫୦୭ ଓ ଉପଭୋକ୍ତା ମାମଲା ୧୫୦ଟି ରହିଛି। ସୂଚନାଯୋଗ୍ୟ, ଜାତୀୟ ଆଇନ ସେବା ପ୍ରାଧିକରଣ (ଏନ୍‌ଏଲ୍‌ଏସ୍‌ଏ)ର ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଚଳିତବର୍ଷ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ବିବାଦ କିମ୍ବା ମକଦ୍ଦମାର ସହଜ ଏବଂ ଆପୋଷ ସହମତିରେ ସମାଧାନ କରାଯାଇଥିଲା। ବିଚାରାଧୀନ ମକଦ୍ଦମା ସହ ପ୍ରାକ୍‌ ମକଦ୍ଦମାସ୍ତରୀୟ ମାମଲା ମଧ୍ୟ ସମାଧାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri