କାର୍‌ରୁ ମିଳିଲା ୧୬୬ କେଜି ରୁପା

ସମ୍ବଲପୁର,୧୬।୧୦(ପ୍ରମୋଦ ବହିଦାର): ଆଳୁ ଖୋଳୁଖୋଳୁ ମହାଦେବ ମିଳିଲା ଭଳି ଗଞ୍ଜେଇ ଯାଞ୍ଚ ବେଳେ ଅବକାରୀ ବିଭାଗକୁ ମିଳିଛି ବିପୁଳ ପରିମାଣର ରୁପା ସାମଗ୍ରୀ। ମଙ୍ଗଳବାର ସକାଳେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ୍‌ ୱେ(ରାଜ୍ୟ ରାଜପଥ-୧୦)ର ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଝୁରିପଡ଼ା ଗ୍ରାମ ନିକଟରେ। ଏକ କାରର ସିକ୍ରେଟ ଚ୍ୟାମ୍ବରରୁ ଜବତ ହୋଇଛି ରୁପା ସାମଗ୍ରୀ। ଏଠାରେ ଅବକାରୀ ବିଭାଗ ପକ୍ଷରୁ ସମ୍ବଲପୁର ସିଟି ଜିଏସ୍‌ଟି ବିଭାଗକୁ ଖବର ଦିଆଯାଇଥିଲା। ଜିଏସ୍‌ଟି ପ୍ରବର୍ତ୍ତନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ୧୬୬.୪୬୦ କେଜି ରୁପା ସାମଗ୍ରୀ ଜବତ କରିଛନ୍ତି। ସେଥିରେ ରୁପାର ପାଉଁଜି, ଝୁମକା, ମୂର୍ତ୍ତି, ଗ୍ଲାସ ଆଦି ରହିଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୧ କୋଟି ୭୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି କୁହାଯାଉଛି। ଜବତ ରୁପା ସାମଗ୍ରୀ ମହାରାଷ୍ଟ୍ରରୁ ଝାଡ଼ଖଣ୍ଡର ରାଞ୍ଚତ୍କୁ ଚାଲାଣ ହେଉଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏ ସଂକ୍ରାନ୍ତରେ କାର୍‌ରେ ଥିବା ୩ ଜଣଙ୍କୁ ଅଟକ ରଖି ଜିଏସ୍‌ଟି ପ୍ରବର୍ତ୍ତନ ବିଭାଗ ଅଧିକାରୀମାନେ ପଚରାଉଚରା କରୁଛନ୍ତି।
ମିଳିଥିବା ସୂଚନା ଅନୁସାରେ, ମଙ୍ଗଳବାର ସକାଳେ ପ୍ରତିଦିନ ଭଳି ଅବକାରୀ ବିଭାଗ ପକ୍ଷରୁ ରେଙ୍ଗାଲି ଥାନା ଅନ୍ତର୍ଗତ ଝୁରିପଡ଼ା ନିକଟରେ ନିୟମିତ ପ୍ରକ୍ରିୟାରେ ଗାଡ଼ିଗୁଡ଼ିକର ଯାଞ୍ଚ କରାଯାଉଥିଲା। ଏହି ସମୟରେ ସେହିବାଟ ଦେଇ ମହାରାଷ୍ଟ୍ର ରାଜ୍ୟ ନମ୍ବର ଥିବା ଏକ କାର(ଏମ୍‌ଏଚ୍‌-୧୪-ଏଚ୍‌-୧୬୯୩)କୁ ଅବକାରୀ ବିଭାଗ କର୍ମଚାରୀମାନେ ଅଟକାଇଥିଲେ। ଯାଞ୍ଚ ବେଳେ କାରର ସିଟ୍‌ତଳେ ସ୍ବତନ୍ତ୍ର ଭାବେ ନିର୍ମିତ ସିକ୍ରେଟ୍‌ ଚ୍ୟାମ୍ବରରେ ବ୍ୟାପକ ପରିମାଣର ରୁପା ସାମଗ୍ରୀ ଥିବା ଦେଖିବାକୁ ପାଇଥିଲେ। ଯାଞ୍ଚକାରୀ ଦଳଠାରୁ ଖବର ପାଇ ସମ୍ବଲପୁର ସିଟି ଜିଏସ୍‌ଟି ବିଭାଗ କର୍ମଚାରୀମାନେ ସେଠାରେ ପହଞ୍ଚତ୍ ରୁପା ସାମଗ୍ରୀର କାଗଜପତ୍ର ଯାଞ୍ଚ କରିଥିଲେ। ମାନୁଆଲ କାଗଜପତ୍ର ଓ ରୁପା ସାମଗ୍ରୀ କାରର ସିକ୍ରେଟ୍‌ ଚ୍ୟାମ୍ବରରେ ଲୁକ୍କାୟିତ ଭାବେ ରଖାଯାଇଥିବା ନେଇ ସନ୍ଦେହ ହେବାରୁ ଜିଏସ୍‌ଟି ପ୍ରବର୍ତ୍ତନ ବିଭାଗ ରୁପା ସାମଗ୍ରୀକୁ ଜବତ କରିଛି। ଜବତ ରୁପା ସାମଗ୍ରୀକୁ ସମ୍ବଲପୁର ଟ୍ରେଜେରିରେ ଜମା ଦିଆଯିବ। ତେବେ ଜବତ ସାମଗ୍ରୀର ବୈଧତା ଯାଞ୍ଚ ପରେ କୌଣସି ଅନିୟମିତତା ପ୍ରମାଣିତ ହେଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଟି ଜିଏସ୍‌ଟି ଡେପୁଟି କମିଶନର ଟେକଚାନ୍ଦ ମେହେର କହିଛନ୍ତି। ତେବେ ମାନୁଆଲ କାଗଜପତ୍ର ମିଳିଥିବା ସତ୍ତ୍ୱେ ଏତେ ପରିମାଣର ରୁପାକୁ କିଏ କାହା ନିକଟକୁ ଓ କାହିଁକି ପ୍ରେରଣ କରୁଥିଲା ସେ ସମ୍ପର୍କରେ ଜିଏସ୍‌ଟି ପକ୍ଷରୁ କିଛି କୁହାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri