କୋରାପୁଟରେ ୧୬୭ ସ୍କ୍ରବ୍‌ ଟାଇଫସ୍‌ ରୋଗୀ ଚିହ୍ନଟ: ସିଡିଏମ୍‌ଓ

କୋରାପୁଟ,୭ା୧୦(ଅମିତାଭ ବେହେରା): କୋରାପୁଟ ଜିଲାରେ ବର୍ତ୍ତମାନସୁଧା ୧୬୭ ଜଣ ସ୍କ୍ରବ୍‌ ଟାଇଫସ୍‌ରେ ଆକ୍ରାନ୍ତ ହୋଇଥିବା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ଶନିବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୬୫୦ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୧୬୭ ଜଣ ସ୍କ୍ରବ୍‌ ଟାଇଫସ୍‌ ଚିହ୍ନଟ ହୋଇଛନ୍ତି। ଗତ ଏପ୍ରିଲ ମାସରେ ୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସେପ୍ଟେମ୍ବର ମାସରେ ୧୫୦ ଜଣ ସ୍କ୍ରବ୍‌ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ଚଳିତ ମାସର ୭ ତାରିଖ ସୁଦ୍ଧା ଆହୁରି ୧୪ ଜଣ ଆକ୍ରାନ୍ତ ହୋଇଥିବା ଜିଲା ମୁଖ୍ୟ ଜନସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି। ଏହି ରୋଗୀଙ୍କ ଦେହରେ ଜ୍ୱର ସହ କଫ ଓ କାଶର ଲକ୍ଷଣ ଦେଖାଯାଇଥାଏ। ବର୍ତ୍ତମାନ ଟେଷ୍ଟିଂ ଅଧିକା ହେଉଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ବର୍ତ୍ତମାନ ଏଥିନେଇ କୌଣସି ଭୟ କରିବାର ନାହିଁ। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଥିବା ସେ ପ୍ରକାଶ କରିଛନ୍ତି। ଗତ କିଛି ଦିନ ମଧ୍ୟରେ ଅନ୍ୟାନ୍ୟ ଜିଲାରୁ ରୋଗୀ କୋରାପୁଟ ମେଡିକାଲରେ ନିଜ ରକ୍ତ ପରୀକ୍ଷଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନବରଙ୍ଗପୁର ଅଞ୍ଚଳର ଜଣେ ଗୁରୁତର ସ୍କ୍ରବ୍‌ ଟାଇଫସ୍‌ ରୋଗୀ କୋରାପୁଟ ମେଡିକାଲରେ ଆଇସିୟୁରେ ଚିକିତ୍ସିତ ହୋଇ ବର୍ତ୍ତମାନ ସୁସ୍ଥ ହୋଇ ଘରକୁ ଫେରିଥିବା ଶ୍ରୀ ପାଢ଼ୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri