Posted inଖେଳ

ଦିଲ୍ଲୀ ଆଗରେ ୧୬୮ରନ୍‌ର ବିଜୟ ଟାର୍ଗେଟ୍‌

ଚେନ୍ନାଇ,୧୦।୫: ଚେନ୍ନାଇସ୍ଥିତ ଏମ୍‌.ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୫୫ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଏମ୍‌ଏସ୍‌ ଧୋନି ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୬୭ ରନ୍‌ କରିଛି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୬୮ ରନ୍‌ର ବିଜୟ ଟାର୍ଗେଟ୍‌ ରହିଛି ଚେନ୍ନାଇ।

ଚେନ୍ନାଇର ଦୁଇ ଓପନର ଋତୁରାଜ ଗାଏକ୍ୱାଡ ଏବଂ ଡେଭନ କନଓ୍ବେ ପ୍ରଥମ ଉଇକେଟରେ ୩୨ ରନ୍‌ ଯୋଡିଥିଲେ। ଋତୁରାଜ ୨୪ ରନ୍‌ କରିଥିବା ବେଳେ ଡେଭନ ୧୦ ରନ୍‌ କରିଥିଲେ। ଅଜିଙ୍କ୍ୟ ରାହାନେ ୨୧ ରନ୍‌ କରି ଦଳୀୟ ସ୍କୋରକୁ ୭୭ରେ ପହଞ୍ଚାଇ ଥିଲେ। ମୋଇନ୍‌ ଅଲୀ (୭)ଙ୍କୁ ବାଦ ଦେଲେ ଦଳର ଅନ୍ୟ ସମସ୍ତ ମିଡିଲ ଅର୍ଡର ବ୍ୟାଟର ଦୁଇ ଅଙ୍କ ସ୍କୋରରେ ପହଞ୍ଚି ଥିଲେ ମଧ୍ୟ ଏହାକୁ ବଡ ସ୍କୋର କରିବାରେ ବିଫଳ ହୋଇଥିଲେ।

୭୭ ରନ୍‌ରେ ଦଳ ୪ ଉଇକେଟ ହରାଇଥିଲା। ପରେ ଶିବମ ଦୁବେ ୨୫ ରନ୍‌ କରି ଦଳକୁ ସଙ୍କଟରୁ ଉଦ୍ଧାର କରିଥିଲେ। ଅମ୍ବାତି ରାୟୁଡୁ ୨୩ ରନ୍‌ କରିଥିଲେ। ତେବେ ରବୀନ୍ଦ୍ର ଜାଡେଜା ଓ ମହେନ୍ଦ୍ର ସିଂ ଧୋନୀ ୧୮ ବଲରେ ୩୮ ରନ୍‌ ଯୋଡି ଦଳକୁ ଏକ ଚ୍ୟାଲେଞ୍ଜିଂ ସ୍କୋରରେ ପହଞ୍ଚାଇ ଥିଲେ। ଧୋନୀ ୯ ବଲ୍‌ ଖେଳି ୧ ଚୌକା ଓ ୨ ଛକା ସହିତ ୨୦ ରନ୍‌ ସ୍କୋର କରିଥିବା ବେଳେ ରବୀନ୍ଦ୍ର ଜାଡେଜା ୧୬ ବଲ୍‌ରୁ ଗୋଟିଏ ଲେଖାଏ ଛକା ଓ ଚୌକା ସହିତ ୨୧ ରନ୍‌ କରିଥିଲେ। ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ମିଚେଲ ମାର୍ଶ ସର୍ବାଧିକ ୩ ଉଇକେଟ ନେଇଥିଲେ। ଅକ୍ଷର ପଟେଲ ୨ ଉଇକେଟ ନେଇଥିବା ବେଳେ ଲଳିତ ଯାଦବ, ଖଲିଲ ଅହମଦ ଓ କୁଲଦୀପ ଯାଦବ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri