Posted inଖେଳ

ଆର୍‌ସିବି ଆଗରେ ୧୬୯ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୫।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୭ତମ ମ୍ୟାଚରେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୬୮ ରନ୍‌ କରିଛି ଗୁଜରାଟ। ଫଳରେ ଆର୍‌ସିବି ଆଗରେ ୧୬୯ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଗୁଜରାଟ।

ଦଳ ଆରମ୍ଭରୁ ଶୁବମାନ ଗିଲ (୧) ଏବଂ ମାଥ୍ୟୁ ଓ୍ବେଡ୍‌ (୧୬ ରନ୍‌, ୨ ଚୌକା ଓ ୧ ଛକା)ଙ୍କ ଉଇକେଟ ହରାଇଥିଲା। ଫର୍ମରେ ଥିବା ରିଦ୍ଧିମାନ ଶାହା (୩୧ ରନ୍‌, ୪ ଚୌକା ଓ ୧ ଛକା) ରନ୍‌ ଆଉଟ୍‌ ହୋଇଥିଲେ। ତା’ପରେ ଅଧିନାୟକ ହାର୍ଦ୍ଦିକ ଏବଂ ଡେଭିଡ୍‌ ମିଲର (୩୪ ରନ୍‌, ୩ ଛକା) ଚତୁର୍ଥ ଉଇକେଟ ପାଇଁ ୬୧ ରନ୍‌ ଯୋଡ଼ିଥିଲେ। ରାହୁଲ ଟଓ୍ବେଟିଆ (୨) ବିଫଳ ହୋଇଥିଲେ। ଶେଷ ୨ ଓଭରରେ ରଶିଦ ଖାନ (୧୯ ରନ୍‌, ୧ ଚୌକା ଓ ୨ ଛକା) ଓ ହାର୍ଦ୍ଦିକ ୩୪ ରନ୍‌ ଯୋଡ଼ିଥିଲେ। ଯାହା ଫଳରେ ଗୁଜରାଟ ଟାଇଟନ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୬୮ ରନ୍‌ କରିଛି। ଅଧିନାୟକ ହାର୍ଦ୍ଦିକ ୪୭ ବଲରେ ୬୨ ରନ୍‌ କରି ଅପରାଜିତ ରହିଥିଲେ। ତାଙ୍କ ଇନିଂସରେ ୪ ଚୌକା ଓ ୩ ଛକା ସାମିଲ ଥିଲା। ଆର୍‌ସିବି ପକ୍ଷରୁ ବୋଲିଂରେ ଜୋଶ ହାଜେଲଉଡ୍‌ ୨ ଉଇକେଟ ନେଇଥିବା ବେଳେ ମ୍ୟାକ୍ସଓ୍ବେଲ ଓ ଓ୍ବାନିନ୍ଦୁ ହସରଙ୍ଗା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri