ଅଧାରୁ ପାଠ ଛାଡ଼ିଲେ ୧୬୯ ଛାତ୍ରୀଛାତ୍ର

ଚମ୍ପୁଆ,୯।୮(ଡି.ଏନ.ଏ.)- ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଲାଗି ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଥିବା ବେଳେ ଅନେକ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡୁଛନ୍ତି। ଦୀର୍ଘଦିନ ହେଲା ବିଦ୍ୟାଳୟକୁ ଆସୁନାହାନ୍ତି। ବର୍ତ୍ତମାନ ସେମାନଙ୍କୁ ସାମାଜିକ ସ୍ରୋତରେ ସାମିଲ କରି ଶିକ୍ଷା ପ୍ରତି ଆକୃଷ୍ଟ କରିବା ଶିକ୍ଷା ବିଭାଗ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି।
ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଶିକ୍ଷାବିଭାଗ ଅଧୀନ ତଥା ଚମ୍ପୁଆ ଏନ୍‌ଏସି ଅଧୀନରେ ପ୍ରାୟ ୧୬୯ ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିଲେଣି। କେତେଜଣ ଘରର ଆର୍ଥିକ ପରିସ୍ଥିତି ଯୋଗୁ ପରିବାର ଲୋକଙ୍କ ସହ ମିଶି ଦିନମଜୁରିଆଭାବେ କାମ କରୁଛନ୍ତି ତ କେତେଜଣ ନିଜ ଘରର ଗୃହପାଳିତ ପଶୁ ଚରାଉଛନ୍ତି। ଏପରିକି କିଛି ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ମଧ୍ୟ କେତେଜଣ ବିଦ୍ୟାଳୟଠାରୁ ଦୂରେଇ ଯାଉଛନ୍ତି। ଏହି ବ୍ଲକର ୧୫୬ଜଣ ଓ ଚମ୍ପୁଆ ଏନ୍‌ଏସି ଅଞ୍ଚଳର ୧୩ ଛାତ୍ରୀଛାତ୍ର ଅଧାରୁ ପାଠପଢ଼ା ଛାଡ଼ିଛନ୍ତି। ଏହି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅଧାରୁ ଅଧିକ ଆଦିବାସୀ ଶ୍ରେଣୀର। ଏ ସମ୍ପର୍କରେ ଚମ୍ପୁଆ ବିଇଓ ଗୋବର୍ଦ୍ଧନ ନାଏକଙ୍କୁ ପଚାରିବାରୁ ଅଧାରୁ ପାଠ ଛାଡୁଥିବା ପିଲାଙ୍କୁ ସାମାଜିକ ସ୍ରୋତରେ ସାମିଲ ପାଇଁ ପ୍ରତ୍ୟେକ ସିଆର୍‌ସିସିଙ୍କୁ ୨ଟି ପଞ୍ଚାୟତର ଦାୟିତ୍ୱ ଦିଆଯାଇଛି। ସେମାନେ ପଞ୍ଚାୟତରେ ସରପଞ୍ଚ, ସମିତିସଭ୍ୟ, ଅବସରପ୍ରାପ୍ତ ଶିକ୍ଷକ, ସ୍ଥାନୀୟ ପ୍ରଧାନ ଶିକ୍ଷକଙ୍କୁ ନେଇ ବୈଠକ ମାଧ୍ୟମରେ ସଚେତନ କରି ପିଲାଙ୍କୁ ବିଭିନ୍ନ ସରକାରୀ ଛାତ୍ରାବାସରେ ରଖାଇ ଶିକ୍ଷା ସୁବିଧା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri