ଅଧାରୁ ପାଠ ଛାଡ଼ିଲେ ୧୬୯ ଛାତ୍ରୀଛାତ୍ର

ଚମ୍ପୁଆ,୯।୮(ଡି.ଏନ.ଏ.)- ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଲାଗି ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଥିବା ବେଳେ ଅନେକ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡୁଛନ୍ତି। ଦୀର୍ଘଦିନ ହେଲା ବିଦ୍ୟାଳୟକୁ ଆସୁନାହାନ୍ତି। ବର୍ତ୍ତମାନ ସେମାନଙ୍କୁ ସାମାଜିକ ସ୍ରୋତରେ ସାମିଲ କରି ଶିକ୍ଷା ପ୍ରତି ଆକୃଷ୍ଟ କରିବା ଶିକ୍ଷା ବିଭାଗ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି।
ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଶିକ୍ଷାବିଭାଗ ଅଧୀନ ତଥା ଚମ୍ପୁଆ ଏନ୍‌ଏସି ଅଧୀନରେ ପ୍ରାୟ ୧୬୯ ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିଲେଣି। କେତେଜଣ ଘରର ଆର୍ଥିକ ପରିସ୍ଥିତି ଯୋଗୁ ପରିବାର ଲୋକଙ୍କ ସହ ମିଶି ଦିନମଜୁରିଆଭାବେ କାମ କରୁଛନ୍ତି ତ କେତେଜଣ ନିଜ ଘରର ଗୃହପାଳିତ ପଶୁ ଚରାଉଛନ୍ତି। ଏପରିକି କିଛି ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ମଧ୍ୟ କେତେଜଣ ବିଦ୍ୟାଳୟଠାରୁ ଦୂରେଇ ଯାଉଛନ୍ତି। ଏହି ବ୍ଲକର ୧୫୬ଜଣ ଓ ଚମ୍ପୁଆ ଏନ୍‌ଏସି ଅଞ୍ଚଳର ୧୩ ଛାତ୍ରୀଛାତ୍ର ଅଧାରୁ ପାଠପଢ଼ା ଛାଡ଼ିଛନ୍ତି। ଏହି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅଧାରୁ ଅଧିକ ଆଦିବାସୀ ଶ୍ରେଣୀର। ଏ ସମ୍ପର୍କରେ ଚମ୍ପୁଆ ବିଇଓ ଗୋବର୍ଦ୍ଧନ ନାଏକଙ୍କୁ ପଚାରିବାରୁ ଅଧାରୁ ପାଠ ଛାଡୁଥିବା ପିଲାଙ୍କୁ ସାମାଜିକ ସ୍ରୋତରେ ସାମିଲ ପାଇଁ ପ୍ରତ୍ୟେକ ସିଆର୍‌ସିସିଙ୍କୁ ୨ଟି ପଞ୍ଚାୟତର ଦାୟିତ୍ୱ ଦିଆଯାଇଛି। ସେମାନେ ପଞ୍ଚାୟତରେ ସରପଞ୍ଚ, ସମିତିସଭ୍ୟ, ଅବସରପ୍ରାପ୍ତ ଶିକ୍ଷକ, ସ୍ଥାନୀୟ ପ୍ରଧାନ ଶିକ୍ଷକଙ୍କୁ ନେଇ ବୈଠକ ମାଧ୍ୟମରେ ସଚେତନ କରି ପିଲାଙ୍କୁ ବିଭିନ୍ନ ସରକାରୀ ଛାତ୍ରାବାସରେ ରଖାଇ ଶିକ୍ଷା ସୁବିଧା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri