ବିପଦ ମୁହଁରେ ୧୬୯ ଗାଁ

ଜଳେଶ୍ୱର,୨୨ା୮(ଡି.ଏନ.ଏ.): ସୁବର୍ଣ୍ଣରେଖାରେ ବଡ଼ ଧରଣର ବନ୍ୟା ଆସୁଥିବାରୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ୨୮ପଞ୍ଚାୟତର ୧୬୯ଟି ଗାଁ ପ୍ରତି ବିପଦ ଆଶଙ୍କା ଦେଖାଦେଇଛି। ଶତାଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ବ୍ୟବସ୍ଥା ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ୬୦ଜଣ ଉଦ୍ଧାରକାରୀ ଦଳ ନିୟୋଜିତ ଅଛନ୍ତି। ଜମଶୋଳାଘାଟଠାରେ ବିପଦ ସଂକେତ ୪୯.୧୬ ଥିବା ବେଳେ ଏବେ ସେଠାରେ ୫୩.୫୪ ମିଟର ପାଣି ପ୍ରବାହିତ ହେଉଛି। ଜଳେଶ୍ୱର ବ୍ଳକ ଅଧୀନ ରାଜନଗରଠାରୁ ସୁବର୍ଣ୍ଣରେଖା ନଦୀର ଶେଷ ମୁଣ୍ଡ କିର୍ତ୍ତନୀଆ ପର୍ଯ୍ୟନ୍ତ ସବୁସ୍ଥାନ ବିପଦପୂର୍ଣ୍ଣ ବୋଲି ଜଳସେଚନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଅନ୍ୟପକ୍ଷରେ ଜଳେଶ୍ୱର ରିଂ ବନ୍ଧର ପୀରଘାଟଠାରୁ ଶିଖରପୁର ସେତୁ ଯାଏ ନଦୀବନ୍ଧ ସୁଦୃଢ କରିବାକୁ ଯାଇ ପ୍ରାୟ ଦେଢ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ବନ୍ଧର ଉଚ୍ଚତାକୁ ୧ ଫୁଟ କମା ଯାଇଥିବାରୁ ଏବେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଜଳେଶ୍ୱର ଅତିରିକ୍ତ ତହସିଲଦାର ହେମନ୍ତ ନାୟକ, ସୋର ବିଡିଓ ସୁଶାନ୍ତ ବାରିକ, ଜଳେଶ୍ୱର ତହସିଲଦାର ସ୍ମୃତିରଞ୍ଜନ ମଲ୍ଲିକ, ଖଇରା ଅତିରିକ୍ତ ତହସିଲଦାର ଗଦାଧର ସେଠୀ, ଜଳେଶ୍ୱର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟଶଙ୍କର କହଁର ଓ ସବ୍‌ରେଜିଷ୍ଟ୍ରାର କମଳ ବିହାରୀ ଦାସ ପ୍ରମୁଖଙ୍କୁ ବନ୍ୟାମୁକାବିଲା ଲାଗି ଦାୟିତ୍ୱ ଦିଆଯାଇଥିବା ବେଳେ ସେମାନଙ୍କ ସହିତ ଡାକ୍ତରୀ ଟିମ୍‌ ମଧ୍ୟ ରହିଛନ୍ତି। ରବିବାର ଜଳେଶ୍ୱରରେ ଓଡିଆର୍‌ଏଫର ୩ଟି ଟିମ୍‌ରେ ୨୯ଜଣ, ଏନ୍‌ଡିଆର୍‌ଏଫର ୨୦ଜଣ ଓ ଦମକଳ ବାହିନୀର ୧୧ଜଣ ପହଞ୍ଚିଥିବାରୁ ସେମାନଙ୍କୁ ବନ୍ୟା ବିପଦ ଥିବା ସ୍ଥାନକୁ ପଠାଇ ଦିଆଯାଇଛି। ଦିବାରାତ୍ର ଏକ କଣ୍ଟୋଲରୁମ୍‌ ବ୍ଲକ କାର୍ଯ୍ୟାଳୟରେ ଖୋଲା ଯାଇଥିବା ବିଡିଓ ପୁନମ୍‌ ରାଉତ୍‌ ସୂଚନା ଦେଇଛନ୍ତି। ସବୁ ସରପଞ୍ଚ, ପଞ୍ଚାୟତ ସମିତି ସଦସ୍ୟ, ଜିଲାପରିଷଦ ସଦସ୍ୟମାନଙ୍କୁ ସମ୍ଭାବ୍ୟ ବିପଦ ପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ରବିବାର ଜଳେଶ୍ୱର ବ୍ଲକ ପରିସରରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ମାନସ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସେହିପରି ପୌରପାଳିକାରେ ପୌରପାଳ ପ୍ରଦୀପ ପ୍ରଧାନଙ୍କ ପୌରହିତ୍ୟରେ ସମସ୍ତ ନିର୍ବାଚିତ ପ୍ରତିନିଧି, ପୌରଅଧିକାରୀ ଅଜୟ ମହାପାତ୍ର ଓ ଅତିରିକ୍ତ ଜିଲାପାଳ ନିଲୁ ମହାପାତ୍ର ଲୋକଙ୍କ ସୁରକ୍ଷା ସମ୍ପର୍କରେ ଆଲୋଚନା କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri