ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩ କୋଟି

ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩.୫୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥ ମନ୍ତ୍ରଣାଳୟ ଦ୍ୱିତୀୟ କିସ୍ତି ବାବଦରେ ୧୮ ରାଜ୍ୟ ପାଇଁ ୧୨,୩୫୧.୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ରାଜ୍ୟ ସରକାର ପ୍ରଥମ କିସ୍ତି ବାବଦ ବିନିଯୋଗ ପ୍ରମାଣପତ୍ର(ୟୁସି) ଦେବା ପରେ ପଞ୍ଚାୟତିରାଜ ମନ୍ତ୍ରଣାଳୟର ସୁପାରିସ କ୍ରମେ ଏହି ଅର୍ଥ ପ୍ରଦାନ କରାଯାଇଛି। କେନ୍ଦ୍ର ସରକାରଙ୍କଠାରୁ ଅର୍ଥ ପାଇବାର ୧୦ ଦିନ ମଧ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ ଅନୁଦାନ ପଠାଇବାକୁ ହେବ। ଯଦି ଏହାଠାରୁ ରାଜ୍ୟ ସରକାର ବିଳମ୍ବ କରିବେ ତେବେ କେନ୍ଦ୍ରୀୟ ଅନୁଦାନ ସହିତ ସୁଧ ଦେବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକର ଆର୍ଥିକ ଦକ୍ଷତା ବୃଦ୍ଧି କରିବାକୁ ପଞ୍ଚଦଶ ଅର୍ଥ କମିଶନଙ୍କ ସୁପାରିସ ଆଧାରରେ ଏହି ଅର୍ଥ ପ୍ରଦାନ କରାଯାଇଛି। ଏହି ଅର୍ଥ ଗ୍ରାମ, ବ୍ଲକ ଓ ଜିଲାସ୍ତରର ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ପାଇଁ ପ୍ରଦାନ କରାଯାଇଛି।
ପଞ୍ଚଦଶ ଅର୍ଥ କମିଶନ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଦୁଇ ପ୍ରକାର ଅନୁଦାନ ଦେଇଥାଆନ୍ତି। ଗୋଟିଏ ଅତ୍ୟାବଶ୍ୟକ ଖର୍ଚ୍ଚ ଏବଂ ଅନ୍ୟଟି ମୌଳିକ ଖର୍ଚ୍ଚ। ଅତ୍ୟାବଶ୍ୟକ ଖର୍ଚ୍ଚ କର୍ମଚାରୀଙ୍କ ଦରମାକୁ ଛାଡ଼ି ଅନ୍ୟ ଖର୍ଚ୍ଚ ତୁଲାଇବାକୁ ପ୍ରଦାନ କରାଯାଇଥିବା ବେଳେ ଅନ୍ୟଟି ପରିମଳ ଏବଂ ଖୋଲାରେ ମଳତ୍ୟାଗ ମୁକ୍ତ ବାବଦ, ପାନୀୟ ଜଳ, ବର୍ଷା ଜଳ ସଂରକ୍ଷଣ ଏବଂ ପାଣି ପୁନଃପ୍ରକ୍ରିୟାକରଣ ଆଦିରେ ଖର୍ଚ୍ଚ କରାଯିବ। ଏଥିସହିତ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ସ୍ବଚ୍ଛ ଭାରତ ମିଶନ ଏବଂ ଜଳ ଜୀବନ ମିଶନରେ ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ, ୨୦୨୦ ଜୁନ୍‌ରେ ଚତୁର୍ଦ୍ଦଶ ଅର୍ଥ କମିଶନ ସୁପାରିସ ଅନୁଯାୟୀ ଅତ୍ୟାବଶ୍ୟକ ଖର୍ଚ୍ଚ ପ୍ରଥମ କିସ୍ତି ବାବଦରେ କେନ୍ଦ୍ର ସରକାର ରାଜ୍ୟଗୁଡିକୁ ୧୮,୧୯୯ କୋଟି ଟଙ୍କା ପ୍ରଦାନ କରିଥିବା ବେଳେ ମୌଳିକ ଖର୍ଚ୍ଚ ବାବଦରେ ୧୫,୧୮୭.୫୦ କୋଟି ଟଙ୍କା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri