ଭୁବନେଶ୍ୱରରେ ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ

ଭୁବନେଶ୍ୱର,୫ା୨(ସୁନିତ୍‌ ମିଶ୍ର):ଷୋଡ଼ଶ ଅର୍ଥ କମିଶନ ମଙ୍ଗଳବାର ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। କମିଶନର ଅଧ୍ୟକ୍ଷ ଅରବିନ୍ଦ ପାନାଗାରିଆ ଓ ତାଙ୍କ ସହ ୧୫ ଜଣିଆ ଟିମ୍‌ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ଏହି ଅବସରରେ ରାଜ୍ୟ ସରକାର ଏବଂ ଷୋଡ଼ଶ ଅର୍ଥ କମିଶନଙ୍କ ମଧ୍ୟରେ ବିଭିନ୍ନ ବିଷୟରେ ଆଲୋଚନା ହେବ ବୋଲି ଜଣାପଡ଼ିଛି। ବୁଧବାର ସେମାନେ ପୁରୀ ଓ କୋଣାର୍କ ଗସ୍ତ କରିବେ। କେନ୍ଦ୍ର ସରକାରଙ୍କୁ ବିଭିନ୍ନ କ୍ଷେତ୍ର ଲାଗି ରାଜ୍ୟ ସରକାର ମାଗିଥିବା ଅର୍ଥ କେଉଁ କ୍ଷେତ୍ରରେ ବ୍ୟବହାର କରାଯିବ, ୬ ତାରିଖରେ ରାଜ୍ୟ ସରକାରଙ୍କ ସହ ହେବାକୁ ଥିବା ବୈଠକରେ ଷୋଡ଼ଶ ଅର୍ଥ କମିଶନ ଏହାର ଅନୁଧ୍ୟାନ କରିବେ। କମିଶନ ସବୁ ଦିଗରୁ ତର୍ଜମା କରିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ କମିଶନରଙ୍କ ନିକଟରେ ରାଜ୍ୟ ସରକାର ୧୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କାର ଦାବି ରଖିପାରନ୍ତି। ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ରାଜ୍ୟ ସରକାର ସ୍ବତନ୍ତ୍ର ଅନୁଦାନ ପ୍ୟାକେଜ ମଧ୍ୟ ମାଗିପାରନ୍ତି।
୪ ଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ଅପରାହ୍ନରେ ସମସ୍ତ ସଦସ୍ୟ ରାଜ୍ୟ ଜନଜାତି ସଂଗ୍ରହାଳୟ ଏବଂ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ସଂଗ୍ରହାଳୟ ପରିଦର୍ଶନ ପରେ ବ୍ୟକ୍ତିଗତ ଆଭୂଷଣ କେନ୍ଦ୍ରରେ ଜନଜାତି ଅଳଙ୍କାର, ଗୋଡ଼ ଖଡୁ, ବାହୁଟି, ଅଣ୍ଟାସୂତା ମାଳିହାର ଆଦି ଦେଖିଛନ୍ତି। ଏହାସହ ପ୍ରେକ୍ଷାଳୟରେ ଆଦିମ ଜନଜାତିଙ୍କ ସଂସ୍କୃତି, ପରମ୍ପରା, ଜୀବନଯାପନ ଶୈଳୀକୁ ନେଇ ପ୍ରସ୍ତୁତ ବୃତ୍ତଚିତ୍ର ଦେଖିଛନ୍ତି। ପରେ କମିଶନ ଟିମ୍‌ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଏହି ସମୟରେ ସ୍ପୋର୍ଟସ ସାଇନ୍ସ ସେଣ୍ଟର, ବାୟୋ ମେକାନିକ୍ସ ଲାବ୍‌, ଗେଟ୍‌ ଲାବ୍‌, ସ୍ପିନ୍‌ ଷ୍ଟୁଡିଓ, ପାରା ଆଥ୍‌ଲେଟ ପରଫରମାନ୍ସ ସେଣ୍ଟର, ଟେନିସ ସେଣ୍ଟର, ଆଥ୍‌ଲେଟିକ୍ସ ସେଣ୍ଟର, ହକି ଷ୍ଟାଡିୟମ, ଜିମ୍ନାଷ୍ଟିକ କେନ୍ଦ୍ର, ସନ୍ତରଣ କେନ୍ଦ୍ର ଆଦି ବୁଲି ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri