ଭୁବନେଶ୍ୱରରେ ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ

ଭୁବନେଶ୍ୱର,୫ା୨(ସୁନିତ୍‌ ମିଶ୍ର):ଷୋଡ଼ଶ ଅର୍ଥ କମିଶନ ମଙ୍ଗଳବାର ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। କମିଶନର ଅଧ୍ୟକ୍ଷ ଅରବିନ୍ଦ ପାନାଗାରିଆ ଓ ତାଙ୍କ ସହ ୧୫ ଜଣିଆ ଟିମ୍‌ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ଏହି ଅବସରରେ ରାଜ୍ୟ ସରକାର ଏବଂ ଷୋଡ଼ଶ ଅର୍ଥ କମିଶନଙ୍କ ମଧ୍ୟରେ ବିଭିନ୍ନ ବିଷୟରେ ଆଲୋଚନା ହେବ ବୋଲି ଜଣାପଡ଼ିଛି। ବୁଧବାର ସେମାନେ ପୁରୀ ଓ କୋଣାର୍କ ଗସ୍ତ କରିବେ। କେନ୍ଦ୍ର ସରକାରଙ୍କୁ ବିଭିନ୍ନ କ୍ଷେତ୍ର ଲାଗି ରାଜ୍ୟ ସରକାର ମାଗିଥିବା ଅର୍ଥ କେଉଁ କ୍ଷେତ୍ରରେ ବ୍ୟବହାର କରାଯିବ, ୬ ତାରିଖରେ ରାଜ୍ୟ ସରକାରଙ୍କ ସହ ହେବାକୁ ଥିବା ବୈଠକରେ ଷୋଡ଼ଶ ଅର୍ଥ କମିଶନ ଏହାର ଅନୁଧ୍ୟାନ କରିବେ। କମିଶନ ସବୁ ଦିଗରୁ ତର୍ଜମା କରିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ କମିଶନରଙ୍କ ନିକଟରେ ରାଜ୍ୟ ସରକାର ୧୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କାର ଦାବି ରଖିପାରନ୍ତି। ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ରାଜ୍ୟ ସରକାର ସ୍ବତନ୍ତ୍ର ଅନୁଦାନ ପ୍ୟାକେଜ ମଧ୍ୟ ମାଗିପାରନ୍ତି।
୪ ଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ଅପରାହ୍ନରେ ସମସ୍ତ ସଦସ୍ୟ ରାଜ୍ୟ ଜନଜାତି ସଂଗ୍ରହାଳୟ ଏବଂ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ସଂଗ୍ରହାଳୟ ପରିଦର୍ଶନ ପରେ ବ୍ୟକ୍ତିଗତ ଆଭୂଷଣ କେନ୍ଦ୍ରରେ ଜନଜାତି ଅଳଙ୍କାର, ଗୋଡ଼ ଖଡୁ, ବାହୁଟି, ଅଣ୍ଟାସୂତା ମାଳିହାର ଆଦି ଦେଖିଛନ୍ତି। ଏହାସହ ପ୍ରେକ୍ଷାଳୟରେ ଆଦିମ ଜନଜାତିଙ୍କ ସଂସ୍କୃତି, ପରମ୍ପରା, ଜୀବନଯାପନ ଶୈଳୀକୁ ନେଇ ପ୍ରସ୍ତୁତ ବୃତ୍ତଚିତ୍ର ଦେଖିଛନ୍ତି। ପରେ କମିଶନ ଟିମ୍‌ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଏହି ସମୟରେ ସ୍ପୋର୍ଟସ ସାଇନ୍ସ ସେଣ୍ଟର, ବାୟୋ ମେକାନିକ୍ସ ଲାବ୍‌, ଗେଟ୍‌ ଲାବ୍‌, ସ୍ପିନ୍‌ ଷ୍ଟୁଡିଓ, ପାରା ଆଥ୍‌ଲେଟ ପରଫରମାନ୍ସ ସେଣ୍ଟର, ଟେନିସ ସେଣ୍ଟର, ଆଥ୍‌ଲେଟିକ୍ସ ସେଣ୍ଟର, ହକି ଷ୍ଟାଡିୟମ, ଜିମ୍ନାଷ୍ଟିକ କେନ୍ଦ୍ର, ସନ୍ତରଣ କେନ୍ଦ୍ର ଆଦି ବୁଲି ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri