ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ: ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା

ଭୁବନେଶ୍ୱର, ୫ା୨: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର ପ୍ରଶାସନ ସହିତ ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ଏବଂ ନାଗରିକ ସୁବିଧା ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ଆବଣ୍ଟନ ସମ୍ପର୍କରେ ବିଷଦ ଆଲୋଚନା କରିଥିଲେ।

ବୈଠକରେ ପୌର ପ୍ରଶାସନ ଶ୍ରଦ୍ଧାଳୁ ଓ ଜନସଂଖ୍ୟା ବୃଦ୍ଧିକୁ ଲକ୍ଷ୍ୟକରି ସହରର ପରିମଳ, ବର୍ଜ୍ୟବସ୍ତୁ ପରିଚାଳନା, ଆଲୋକୀକରଣ ଓ ଅନ୍ୟାନ୍ୟ ଭିତ୍ତିଭୂମିକୁ ଆହୁରି ଅଧିକ ବ୍ୟବସ୍ଥିତ ଓ ପରିମାର୍ଜିତ କରାଯିବାର ଆବଶ୍ୟକତା ରହିଛି ବୋଲି କମିଶନଙ୍କୁ ଅବଗତ କରିଥିଲେ।

ଅର୍ଥ କମିଶନ ପୁରୀର ସମୃଦ୍ଧ ଐତିହ୍ୟକୁ ସଂରକ୍ଷିତ ରଖାଯାଇ ସାମଗ୍ରିକ ସହରାଞ୍ଚଳ ବିକାଶ ସୁନିଶ୍ଚିତ କରିବା ପାଇଁ ସମୁଚିତ ସମ୍ବଳ ବଣ୍ଟନ ଉପରେ ଗୁରୁତ୍ୱାରୋପ କରିଥିଲେ।

ଅପରାହ୍ନରେ ଅର୍ଥ କମିଶନର ସଦସ୍ୟମାନେ ବ୍ଲୁ ଫ୍ଲାଗ୍ ବେଳାଭୂମି ପରିଦର୍ଶନ କରିଥିଲେ ​। ସନ୍ଧ୍ୟାରେ ୟୁନେସ୍କୋଦ୍ୱାରା ବିଶ୍ୱ ଐତିହ୍ୟ ସ୍ଥଳ ଘୋଷିତ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ଏହାର ଇତିହାସ ସମ୍ବନ୍ଧରେ ଶୁଣି ଓ କାରୁକାର୍ଯ୍ୟଦେଖି ଅଭିଭୂତ ହୋଇଥିଲେ।

ଓଡିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୌର ପ୍ରଶାସକ ତଥା ନଗର ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ଅରିନ୍ଦମ ଡାକୁଆ, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ପୁରୀ ଆରକ୍ଷୀ ଅଧିକ୍ଷକ ବିନିତ ଅଗ୍ରୱାଲ, କମିଶନର ସଦସ୍ୟ ଆନି ଜର୍ଜ ମାଥ୍ୟୁ, ଅଜୟ ନାରାୟଣ ଝା, ଡ଼ଃ ମନୋଜ ପଣ୍ଡା ପ୍ରମୁଖ ଏହି ଗସ୍ତ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri