ଲାଞ୍ଜିଗଡରେ ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କଲେ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା

ଲାଞ୍ଜିଗଡ଼,୧୧।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦୁଇ ଦିନିଆ ଗସ୍ତରେ ଭାରତ ସରକାରଙ୍କ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା ଆସିଥିବାବେଳେ ମଙ୍ଗଳବାର ଦ୍ଵିତୀୟ ଦିନରେ ଲାଞ୍ଜିଗଡ଼ ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟ ଓ ପ୍ରକଳ୍ପ ପରିଦର୍ଶନ କରିବା ସହିତ ହିତାଧିକାରୀଙ୍କ ସହିତ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ।

ଜିଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଲାଞ୍ଜିଗଡ଼ ବ୍ଲକ ଏକ ଦୁର୍ଗମ ଓ ମାଓପ୍ରବଣ ଅଞ୍ଚଳ ହୋଇଥିବା ବେଳେ ଏହି ବ୍ଲକରେ ସରକାରଙ୍କ ଅନେକ ଲୋକାଭିମୁଖୀ ଯୋଜନା ମାଧ୍ୟମରେ ବିକାଶମୂଳକ କାର୍ଯ୍ୟ ଚାଲିଛି। ଏହି କାର୍ଯ୍ୟର ସମୀକ୍ଷା ପାଇଁ ଜିଲା ଏବଂ ରାଜ୍ୟ ସ୍ତରରୁ ଅନେକ ପଦାଧିକାରୀ ଆସୁଥିବା ବେଳେ ମଙ୍ଗଳବାର ଭାରତ ସରକାରଙ୍କ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା ଲାଞ୍ଜିଗଡ଼ ବ୍ଲକକୁ ଦିନିଆ ଗସ୍ତ କରି ଅନେକ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଆଜି ସକାଳୁ ପ୍ରଥମେ ସେ ଲାଞ୍ଜି ପଞ୍ଚାୟତର ପାହାଡ଼ ଉପରେ ଥିବା ୧୫ ଗୋଟି ପରିବାରକୁ ତଳକୁ ଆଣି ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରି ସେମାନଙ୍କୁ ଥଇଥାନ କରାଯାଇଥିଲା ଏବଂ ତାହାର ନାମକରଣ ବିକାଶ ନଗର କରାଯାଇଥିଲା। ସେହି ବିକାଶ ନଗର ପରିଦର୍ଶନ କରି ଗ୍ରାମୀଣ ଗୃହ, ଲାଞ୍ଜିଗଡ କୁଟିଆ କନ୍ଧ ଉନ୍ନୟନ ସଂସ୍ଥା ଦ୍ବାରା ଆୟୋଜିତ କାଜୁ ବଗିଚା, ମନରେଗା ଓ ଆମ ଗାଁ ଆମ ବିକାଶ କାର୍ଯ୍ୟର ସମୀକ୍ଷା କରିବା ସହ ହିତାଧିକାରୀଙ୍କ ସହିତ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ ଶ୍ରୀ ପଣ୍ଡା।

ଏହାପରେ କାନକୁଟୃ ପଞ୍ଚାୟତରେ ଶୋହଳ ଗୋଟି ପରିବାରକୁ ନେଇ ନିର୍ମାଣ ହୋଇଥିବା ଆବାସ ନଗରକୁ ମଧ୍ୟ ପରିଦର୍ଶନ କରି ହିତାଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ଏହାପରେ ନିୟମଗିରି ପାହାଡର ପାଦ ଦେଶରେ ଥିବା ତ୍ରିଲୋଚନପୁର ପଞ୍ଚାୟତର ଫୁଲଡୁମେର ଗାଁ ଗସ୍ତ କରି ଛେଳି ହଷ୍ଟେଲର ତଦାରଖ କରିବା ସହ ପିଭିଟିଜି ହିତାଧିକାରୀଙ୍କ ସହିତ ଆଲୋଚନା କରି ପ୍ରଧାନ ମନ୍ତ୍ରୀ ଜନମନ ଯୋଜନାରେ ନିର୍ମାଣ ହୋଇଥିବା ଘର ଦେଖିବା ସହ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କରି ହିତାଧିକାରୀଙ୍କ ସହିତ ଆଲୋଚନା କରିଥିଲେ।

ସେହିପରି ଜଗନ୍ନାଥପୁର ଠାରେ ନିର୍ମାଣ ହୋଇଥିବା ଅତ୍ୟନ୍ତ ଲୋଭନୀୟ ଓ ଆକର୍ଷଣୀୟ ପଞ୍ଚାୟତ କାର୍ଯ୍ୟାଳୟ ପରିଦର୍ଶନ କରି ବ୍ଲକ ପ୍ରଶାସନକୁ ପ୍ରଶଂସା କରି ଥିଲେ। ମନରେଗା ଓ ପ୍ରଧାନମନ୍ତ୍ରୀ ଜନମନ ଯୋଜନାରେ ନିର୍ମାଣ ହୋଇଥିବା ଘର ସମେତ ହିତାଧିକାରୀଙ୍କ ସହିତ ଆଲୋଚନା ପରେ ନିୟମଗିରି ବେଦାନ୍ତ ନଗରର ଆଦିବାସୀ କୀର୍ତିକଳା ପ୍ରିଣ୍ଟିଂଙ୍ଗ ଦେଖିଥିଲେ। ଏହି ଗସ୍ତରେ କଳାହାଣ୍ଡି ଜିଲାପାଳ ସଚିବ ପାୱାର ପ୍ରକାଶ, କଳାହାଣ୍ଡି ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ଦୟାମୟ ପାଢୀ, ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅମୁଲ୍ୟ ବାହୁଲ, ଲାଞ୍ଜିଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା କମଳା ପାତ୍ର, ବିଡିଓ ଶଶାଙ୍କ ପାତ୍ର, ପଞ୍ଚାୟତ ନିର୍ବାହି ଅଧିକାରୀ ତାପସ ସାହୁ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ/ସଭ୍ୟା ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri