Posted inରାଜ୍ୟ

ବୁଲିବାକୁ ଆସି ପାହାଡ଼ ଉପରେ ଫସିଲେ ୧୭ ଛତିଶଗଡ଼ି ପର୍ଯ୍ୟଟକ, ଉଦ୍ଧାର ପାଇଁ ପ୍ରଶାସନର ତତ୍ପରତା

ପଦ୍ମପୁର,୨୩।୭: ବରଗଡ଼ ଜିଲାର ପଦ୍ମପୁର ନିକଟସ୍ଥ କପିଳଧାରା ଜଳପ୍ରପାତ ନିକଟରେ ପାହାଡ଼ ଉପରେ ୧୭ ଜଣ ଛତିଶଗଡ଼ି ପର୍ଯ୍ୟଟକ ଫସି ରହିଛନ୍ତି। ପ୍ରବଳ ବର୍ଷା ଯୋଗୁଁ ବାଟ ଭୁଲି ଏହି ପର୍ଯ୍ୟଟକମାନେ ନରସିଂହନାଥଠାରୁ ପାଖାପାଖି ୫ କିଲୋମିଟର ଦୂରରେ ଥିବା ଏହି ଜଳପ୍ରପାତ ନିକଟରେ ଫସିପଡ଼ିଛନ୍ତି।

ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ଜିଲା ପ୍ରଶାସନ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଡିଜାଷ୍ଟର ମ୍ୟାନେଜମେଣ୍ଟ ଫୋର୍ସ (ଡିଭିଏଫ୍), ପୋଲିସ, ଅଗ୍ନିଶମ ବାହିନୀ ଏବଂ ବନ ବିଭାଗର ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବର୍ଷା ଓ ଅନ୍ଧାର ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିଲେ ମଧ୍ୟ, ସମସ୍ତ ପର୍ଯ୍ୟଟକଙ୍କୁ ନିରାପଦରେ ଉଦ୍ଧାର କରିବା ପାଇଁ ପ୍ରୟାସ ଚାଲିଛି।

ସୂଚନା ଅନୁଯାୟୀ, ଛତିଶଗଡ଼ର ଏକ ପର୍ଯ୍ୟଟକ ଦଳ ନରସିଂହନାଥ ମନ୍ଦିର ଦର୍ଶନ ସହ କପିଳଧାରା ଜଳପ୍ରପାତ ଦେଖିବା ପାଇଁ ଆସିଥିଲେ। ମଙ୍ଗଳବାର ଦିନ ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ବାଟ କାଦୁଅ ଓ ବିପଜ୍ଜନକ ହୋଇପଡ଼ିଥିଲା। ଏହି ସମୟରେ ପର୍ଯ୍ୟଟକମାନେ ବାଟ ହଜି ପାହାଡ଼ ଉପରେ ଫସି ରହିଥିଲେ। ସ୍ଥାନୀୟ ଲୋକଙ୍କ ସୂଚନା ପରେ ପ୍ରଶାସନ ଏହି ଘଟଣା ସମ୍ପର୍କରେ ଜାଣି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri