ବଜେଟରୁ ଅଧା ଖର୍ଚ୍ଚ କରିପାରିନାହାନ୍ତି ୧୭ ବିଭାଗ, ପଛରେ ପଡିଛନ୍ତି ବିପର୍ଯ୍ୟୟ, କ୍ରୀଡ଼ା

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ତେବେ ୨୦୨୪- ୨୫ ଆର୍ଥିକ ବର୍ଷ ବଜେଟ ବ୍ୟୟବରାଦ ଖର୍ଚ୍ଚ କରିବାରେ ଅଧିକାଂଶ ବିଭାଗ ପଛରେ ପଡ଼ିଛନ୍ତି। ୪୪ ବିଭାଗ ଭିତରୁ ୧୭ଟି ବିଭାଗ ବଜେଟ ଖର୍ଚ୍ଚ କରିବାରେ ବହୁ ପଛରେ ଅଛନ୍ତି। ବିପର୍ଯ୍ୟୟ ପରିଚାଳନା ବିଭାଗ ପାଇଁ ୮୬୭୪ କୋଟି ୧୯ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଥିଲା। ସେଥିରୁ ୧୧୭୦ କୋଟି ୧୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି ଜାନୁଆରୀ ଶେଷ ସୁଦ୍ଧା I ମାତ୍ର ୧୩.୪୯% ଖର୍ଚ୍ଚ କରିପାରିଛି ବିଭାଗ।

ସେହିପରି କ୍ରୀଡ଼ା ଓ ଯୁବ ସେବା ବିଭାଗ ଖର୍ଚ୍ଚ କରିଛି ୧୯.୭୭% । ବିଭାଗ ପାଇଁ ବ୍ୟୟବରାଦ ହୋଇଥିଲା ୧୨୫୩ କୋଟି ୨୩ ଲକ୍ଷ ଟଙ୍କା, ଖର୍ଚ୍ଚ କରିପାରିଛନ୍ତି ୨୪୭ କୋଟି ୭୯ ଲକ୍ଷ। ଇସ୍ପାତ ଓ ଖଣି ବିଭାଗ ୨୦.୫୨%, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ୨୭.୧୦%, ମିଶନ ଶକ୍ତି ୨୩.୪୨%, ପର୍ଯ୍ୟଟନ ବିଭାଗ ୩୮.୦୬%, ଯୋଜନା ଓ ସଂଯୋଜନା ୩୬.୬୮%, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ୩୮.୦୫%, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ୩୮.୭୪% ବଜେଟ ଖର୍ଚ୍ଚ କରିପାରିନାହାନ୍ତି ଜାନୁଆରୀ ଶେଷ ସୁଦ୍ଧା ।

ବଜେଟ ଖର୍ଚ୍ଚରେ ବହୁ ପଛରେ ପଡ଼ିଥିବା ବିଭାଗ ମଧ୍ୟରେ ଆଇନ, ଏସ୍‌ସି-ଏସ୍‌ଟି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ ଓ ପେନସନ, ପରିବହନ, ଶକ୍ତି, ଆଇଟି ବିଭାଗ ପ୍ରମୁଖ ରହିଛନ୍ତି। ଏସବୁ ବିଭାଗର ବଜେଟ ଖର୍ଚ୍ଚ ୫୦% ତଳେ ରହିଛି। ଅର୍ଥାତ ଯେତିକି ଅନୁଦାନ ମିଳିଛି, ତା’ର ଅଧା ବି ଖର୍ଚ୍ଚ କରିପାରିନାହାନ୍ତି। ସାଧାରଣ ଉଦ୍ୟୋଗ, କୃଷି, ବିଜ୍ଞାନ ଓ ବୈଷୟିକ, ସ୍ବାସ୍ଥ୍ୟ, ରାଜସ୍ବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ବିଭାଗ ଜାନୁଆରୀ ଶେଷ ସୁଦ୍ଧା ୭୦%ରୁ ଅଧିକ ବ୍ୟୟବରାଦ ଅର୍ଥ ଖର୍ଚ୍ଚ କରିପାରିଛନ୍ତି। ବିଧାନସଭା ପ୍ରଶ୍ନର ଉତ୍ତରରେ ସରକାର ଦେଇଥିବା ତଥ୍ୟରୁ ଏହା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?