ଝଡ଼ ବର୍ଷା ନେଇ ୧୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ପାରଦ ଉପରମୁହାଁ ରହିଥିବାବେଳେ ପାଗ ଶୁଖିଲା ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ଥିବାବେଳେ କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋମବାର ୧୭ ଜିଲାରେ ଝଡ଼ବର୍ଷା ହେବାର ଆଶଙ୍କା ରହିଥିବାରୁ ସମ୍ପୃକ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ରାଜ୍ୟରେ ଝଡ଼ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ଝଡ଼ବର୍ଷା ଜନିତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସହ କ୍ଷୟକ୍ଷତି ଉପରେ ନଜର ରଖିବା ପାଇଁ ଏସ୍‌ଆର୍‌ସି କହିଛନ୍ତି।

ସୂଚନାନୁସାରେ, ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କନ୍ଧମାଳ, ରାୟଗଡା, କୋରାପୁଟ, କେନ୍ଦୁଝର ଓ ଢେଙ୍କାନାଳରେ ଝଡ଼ବର୍ଷା ହେବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିବ। ୧୧ ତାରିଖରେ ମଧ୍ୟ ରାଜ୍ୟର କିଛି ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାନେଇ ପୂର୍ବନୁମାନ କରାଯାଇଛି। ଏନେଇ ମୟୁରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଶନିବାର ଭଳି ରବିବାର ମଧ୍ୟ ପାରଦ ୪୦ ଡିଗ୍ରୀ ପାଖାପାଖି ରହିଥିଲା। ବାରିପଦାରେ ସର୍ବାଧିକ ତାପମାତ୍ରା ୩୯.୫ ଡିଗ୍ରୀ ରେକର୍ଡ଼ କରାଯାଇଥିବାବେଳେ ଝାରସୁଗୁଡ଼ାରେ ୩୯ ଡିଗ୍ରୀ ସେଲସିୟସ୍‌ ରହିଥିଲା। ସେହିପରି ରାଜ୍ୟର ୯ ସହରର ତାପମାତ୍ରା ୩୮ ଡିଗ୍ରୀ ଓ ଏହାଠାରୁ ଅଧିକ ଥିଲା। ୧୦ ସହରରେ ତାପମାତ୍ରା ୩୭ ଡିଗ୍ରୀ ବା ତାହାଠାରୁ ଅଧିକ ରେକର୍ଡ କରାଯାଇଥିବାବେଳେ ଅପରାହ୍ନରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri