ଆଇଏଏମ୍ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ୧୭ ଡାକ୍ତର କରୋନା ପଜିଟିଭ, ନୀତୀଶ ବି ହୋଇଥିଲେ ସାମିଲ

ପାଟନା, ୨ ।୧: ଦେଶରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ସତର୍କ ରହିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏହାରି ଭିତରେ ବିହାରରେ ଡାକ୍ତରମାନେ କରୋନା ସଂକ୍ରମଣ ହୋଇଯିବା ଚିନ୍ତାର କାରଣ ପାଲଟି ଯାଇଛି । ସୂଚନାଯୋଗ୍ୟ, ୨୮ଡିସେମ୍ବରରେ ବିହାରରେ ଇଣ୍ଡିଆନ ମେଡିକାଲ ଆସୋସିଏଶନର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଥିଲା । ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ନାଳନ୍ଦା ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ୧୭ ଜଣ ଡାକ୍ତର ଏବେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବି ଉପସ୍ଥିତ ଥିଲେ । ଏହି ସୂଚନା ନାଳନ୍ଦା ମେଡିକାଲ କଲେଜ ପକ୍ଷରୁ ଦିଆଯାଇଛି । କଲେଜ ପ୍ରଶାସନ କହିଛି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ୧୭ ଜଣ ଡାକ୍ତରଙ୍କ ଆଣ୍ଟିଜେନ ରିପୋର୍ଟ ପଜିଟିଭ ଆସିଛି । ଏବେ ଏମାନଙ୍କ ଆର୍‌ଟିପିସିଆର୍ ଟେଷ୍ଟ କରାଯାଇଥିବା ବେଳେ ରିପୋର୍ଟ ଆସିବାକୁ ଅପେକ୍ଷା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri