Posted inଜାତୀୟ

୧୭ ଛାତ୍ରୀଙ୍କୁ ନିଶା ଦେଇ ସ୍କୁଲରେ ଯୌନ ନିର୍ଯାତନା

ଲକ୍ଷ୍ନୌ,୭।୧୨: ଦଶମ ଶ୍ରେଣୀର ୧୭ ଛାତ୍ରୀଙ୍କୁ ନିଶା ଦେଇ ସ୍କୁଲ ଅଧ୍ୟକ୍ଷ ଓ ତାଙ୍କ ସହଯୋଗୀମାନେ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଗତ ୧୮ ତାରିଖରେ ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରେ ଏହି ଘଟଣା ଘଟିଥିଲା ମଧ୍ୟ ପୋଲିସ ଏଫ୍‌ଆଇଆର ରଖିବାକୁ ମନା କରି ଦେଇଥିଲା। ସ୍ଥାନୀୟ ବିଧାୟକଙ୍କ ହସ୍ତକ୍ଷେପ ପରେ ହିଁ ପୋଲିସ ମାମଲା ରୁଜୁ କରିଥିବା ପୀଡ଼ିତା ଛାତ୍ରୀଙ୍କ ବାପା ମା’ ଅଭିଯୋଗ କରିଛନ୍ତି।

କାର୍ଯ୍ୟରେ ଅବହେଳା କାରଣରୁ ଆମେ ଥାନା ଅଧିକାରୀଙ୍କୁ ସସ୍‌ପେଣ୍ଡ କରିଛୁ। ଅଭିଯୁକ୍ତଙ୍କ ବିରୋଧରେ ଆଇପିସି ଦଫା ୩୨୮ (ମହିଳାଙ୍କ ମର୍ଯ୍ୟଦାହାନୀ କରିବା), ୩୫୮ (ବିଷ ଦେଇ କ୍ଷତି କରିବା), ୫୦୬ (ଅପରାଧିକ ଧମକ) ଏବଂ ପୋକ୍‌ସୋ ଆଇନରେ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ୫ ଟିମ୍‌ ଗଠନ କରାଯାଇଥିବା ମୁଜାଫରନଗର ପୋଲିସ ମୁଖ୍ୟ ଅଭିଷେକ ଯାଦବ କହିଛନ୍ତି।

ପରଦିନ ହେବାକୁ ଥିବା ପ୍ରାକ୍ଟିକାଲ ପରୀକ୍ଷା ପାଇଁ ୧୭ ଛାତ୍ରୀଙ୍କୁ ରାତିରେ ସ୍କୁଲରେ ରହି ପ୍ରସ୍ତୁତ କରିବାକୁ କହିଥିଲେ ସ୍କୁଲ ଅଧ୍ୟକ୍ଷ ଯୋଗେଶ। ରାତିରେ ଖେଚୁଡି ପ୍ରସ୍ତୁତ କରି ଛାତ୍ରୀମାନଙ୍କୁ ଖାଇବାକୁ ଦେଇଥିଲେ। ଖେଚୁଡ଼ି ଖାଇବା ପରେ ଚେତା ହରାଇ ଥିଲେ ଛାତ୍ରୀମାନେ। ଏହାପରେ ଯୋଗେଶ ତାଙ୍କ ସାଥିଙ୍କ ସହ ମିଶି ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ଏ ସମ୍ପର୍କରେ କାହାକୁ ନ ଜଣାଇବା ପାଇଁ ଛାତ୍ରୀମାନଙ୍କୁ ଧମକ ଦିଆଯାଇଥବା ଅଭିଯୋଗରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri