ଚିଲିକା: ୧୭ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୨୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ଚିଲିକାର ହାଟବରଡ଼ିଠାରୁ ନଈରୀ ମଧ୍ୟରେ ବେଆଇନ ଭାବେ ଗଢ଼ି ଉଠିଥିବା ୧୭ ହେକ୍ଟର ପରିବ୍ୟାପ୍ତ ଚିଙ୍ଗୁଡ଼ି ଘେରିକୁ ଗୁରୁବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ପ୍ରଶାସନ ପକ୍ଷରୁ ଚିଲିକାରେ ବାରମ୍ବାର ଘେରି ଉଚ୍ଛେଦ କରାଯାଉଥିଲେ ମଧ୍ୟ କେତେଜଣ ବ୍ୟକ୍ତିଙ୍କ ଦ୍ୱାରା ଉକ୍ତ ସ୍ଥାନରେ ପୁନର୍ବାର ଘେରି କରାଯାଉଛି, ଯାହାକି ମତ୍ସ୍ୟଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ଚିଲିକାକୁ ସମ୍ପୂର୍ଣ୍ଣ ଘେରିମୁକ୍ତ ନିମନ୍ତେ ପ୍ରଶାସନ ନିକଟରେ ଦାବି ହୋଇ ଆସୁଅଛି। କିଛି ଦିନ ପୂର୍ବେ ସିଡିିଏ ପକ୍ଷରୁ ଚିଲିକାରେ କେଉଁ କେଉଁ ଅଞ୍ଚଳରେ ଘେରି ରହିଛି, ସାଟେଲାଇଟ ଦ୍ୱାରା ସ୍ଥାନ ନିରୂପଣ କରାଯାଇଥିଲା। ଗୁରୁବାର ପ୍ରାଥମିକ ପର୍ଯ୍ୟାୟରେ ଚିହ୍ନଟ ହୋଇଥିବା ହାଟବରଡ଼ିଠାରୁ ନଈରୀ ମଧ୍ୟରେ ଘେରିକୁ ଉଚ୍ଛେଦ କରାଯାଇଛି। ପାଣି ଭିତରେ ଜାଲ ଏବଂ ବାଉଁଶ ଲୁକ୍‌କାୟିତ ଭାବେ ରହିଥିବା ବେଳେ ପ୍ରଶାସନ ପକ୍ଷରୁ ୩ଟି ଡଙ୍ଗା ମାଧ୍ୟମରେ ଉକ୍ତ ଘେରିରେ ବ୍ୟବହୃତ ଜାଲ ବାଉଁଶକୁ ଜବତ କରାଯାଇଛି। ଖୋର୍ଦ୍ଧା ଉପଜିଲାପାଳ ଅଶୋକ କୁମାର ବେହୁରିଆଙ୍କ ତତ୍ତ୍ୱାବଧାନରେ ଚିଲିକା ତହସିଲଦାର ପୁନମ ମହାପାତ୍ର, ବାଲୁଗାଁ ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ଏବଂ ଟାଙ୍ଗୀ ଥାନା ଆଇଆଇସି ସରୋଜ କୁମାର ଉପାଧ୍ୟାୟଙ୍କ ଉପସ୍ଥିତିରେ ଏହି ଘେରି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହି ଉଚ୍ଛେଦ କାର୍ଯ୍ୟରେ ତହସିଲ, ମତ୍ସ୍ୟ ବିଭାଗ, ସିଡିିଏ କର୍ମଚାରୀଙ୍କ ସମେତ ୨୨ଜଣ ଶ୍ରମିକ ସାମିଲ ଥିଲେ। ଶାନ୍ତିଶୃଙ୍ଖଳା ପାଇଁ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ଚିଲିକାର ଅନ୍ୟାନ୍ୟ ସ୍ଥାନରେ ଗଢ଼ି ଉଠିଥିବା ବେଆଇନ ଘେରିକୁ ଚିହ୍ନଟ କରାଯାଇ ପର୍ଯ୍ୟାୟକ୍ରମେ ଉଚ୍ଛେଦ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri