ଖର୍ଚ୍ଚ ହେଲା ୧୭ଲକ୍ଷ, ଟଙ୍କାକର ଫାଇଦା ନାହିଁ

ଖଇରା, ୭ା୧୧(ଡି.ଏନ.ଏ.):ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ଗ୍ରାମ ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମ ନିକଟରେ ଥିବା ପଏଣ୍ଟ-୨ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ୧୭ଲକ୍ଷ ଖର୍ଚ୍ଚ ପରେ ମଧ୍ୟ କାମରେ ଲାଗୁନି। ବର୍ତ୍ତମାନ ଆସନ୍ନ ମରୁଡି ପରିସ୍ଥିତିରେ ଜମିକୁ ପାଣି ମାଡ଼ି ପାରୁ ନ ଥିବାରୁ ଶତାଧିକ ଚାଷୀ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ମରାମତି କରା ନ ଗଲେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ମିର୍ଜାପୁର ଗ୍ରାମର ଚାଷୀ କେଶବ ଚନ୍ଦ୍ର ନାୟକ, ସନାତନ ବାରିକ, ପୂର୍ଣଚନ୍ଦ୍ର ବାରିକ, ଉମାକାନ୍ତ ନାୟକ, ଭାଗିରଥୀ ପତି, ସନାତନ ଖୁଣ୍ଟିଆ ପ୍ରମୁଖ ଚେତାବନୀ ଦେଇଛନ୍ତି। ଉକ୍ତ ପ୍ରକଳ୍ପଟି ୧୦ବର୍ଷ ତଳେ ନିର୍ମାଣ ହୋଇଥିବା ବେଳେ ଏବେ ଅଚଳ ହୋଇ ପଡ଼ିଥିବାରୁ ଚାଷୀମାନେ ପୁନନିର୍ମାଣ ପାଇଁ ଅଭିଯୋଗ କରିଥିଲେ ା ପୁନଶ୍ଚ ୮ମାସ ତଳେ ୧୭ଲକ୍ଷ ୩୦ହଜାର ଟଙ୍କା ଖର୍ଚ୍ଚ କରାଯାଇ ଏହାକୁ ପୁନନିର୍ମାଣ କରାଯାଇଥିଲା। ପାଖାପାଖି ୧୦ଏକର ଚାଷ ଜମିକୁ ପାଣି ମଡ଼ାଇବାକୁ ଲକ୍ଷ୍ୟ ରଖାଯାଇଥିଲା ା ହେଲେ ଖର୍ଚ୍ଚ ହେବା ପରଠାରୁ ଦିନେ ବି ପାଣି ମାଡ଼ି ନ ଥିବା ନେଇ ଚାଷୀମାନେ କହିଛନ୍ତି। କିଛି ଦିନ ତଳେ ଚାଷୀମାନେ ବିଭାଗୀୟ ଅଧକାରୀଙ୍କଠାରେ ଅଭିଯୋଗ କରିବା ପରେ ମରାମତି କରାଯାଇଥିଲା। ହେଲେ ଦିନେ ଚାଲିବା ପରେ ପୁଣି ଅଚଳ ହୋଇ ରହିଛି। ଏବେ ପାଣି ଶୁଖି ଜମି ଫାଟିଲାଣି। ଏ ସମ୍ପର୍କରେ ଉଠା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ସୁରେଶ ଚନ୍ଦ୍ର ଦେଙ୍କୁ ପଚାରିବାରୁ ଚାଷୀମାନଙ୍କ ଅଭିଯୋଗ ପରେ ମରାମତି ହୋଇଥିଲା ା ଏବେ ପୁନର୍ବାର ଯଦି ଅଚଳ ହୋଇଛି ପୁଣିଥରେ ସଜାଡାଯିବାକୁ ଉଦ୍ୟମ କରାଯିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri