Posted inଜାତୀୟ

ଏଆଇଏଡିଏମ୍‌କେରୁ ୧୭ ନେତା ବହିଷ୍କୃତ

ଚେନ୍ନାଇ, ୧୫।୬(ଆଇଏଏନ୍‌ଏସ୍‌): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍‌କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର ଦଳରୁ ବହିଷ୍କାର କରାଯାଇଛି। ଦଳ ମୁଖ୍ୟାଳୟରେ ଏଆଇଏଡିଏମ୍‌କେର ବୈଠକ ବସି ଏଭଳି ନିଷ୍ପତ୍ତି ନିଆଯାଇଛି। ବହିଷ୍କୃତ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଏମ୍‌. ଆନନ୍ଦନ ଏବଂ ପୂର୍ବତନ ଏମ୍‌ପି ଚିନ୍ନାସ୍ବାମୀ ଅଛନ୍ତି। ବୈଠକରେ ଶଶିକଳାଙ୍କ ବିରୋଧରେ ଏକ ପ୍ରସ୍ତାବ ଗୃହୀତ ହୋଇଛି। ଦଳୀୟ ନେତାମାନଙ୍କ ସହ ସମ୍ପର୍କ ରଖୁଥିବାରୁ ତାଙ୍କୁ ନିନ୍ଦା କରାଯାଇଛି। ସେ ଦଳକୁ କବ୍‌ଜା କରିବା ପାଇଁ ଉଦ୍ୟମ କରୁଥିବା ଏବଂ କେତେଜଣ ନେତାଙ୍କ ସହ କଥା ହୋଇ ପରେ କଥାବାର୍ତ୍ତାର କିଛି ଅଂଶକୁ ପ୍ରଘଟ କରାଇବାର ଡ୍ରାମା କରୁଥିବା ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବାଙ୍ଗାଲୋର ସେଣ୍ଟ୍ରାଲ ଜେଲ୍‌ରେ ୪ ବର୍ଷ ରହି ଫେରିବା ପରେ ଶଶିକଳା ତାମିଲନାଡୁ ରାଜନୀତିରେ ପ୍ରବେଶ ପାଇଁ ଉଦ୍ୟମ କରିଥିଲେ। ଏହାର କିଛି ଦିନ ପରେ ସେ ସକ୍ରିୟ ରାଜନୀତିରୁ ଓହରିଯିବା ନେଇ ଘୋଷଣା କରି ରାଜନୈତିକ ସମୀକ୍ଷକ ଏବଂ ଦଳପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଗତ ନିର୍ବାଚନରେ ଏଆଇଏଡିଏମ୍‌କେ ପରାଜିତ ହେବା ପରେ ଶଶିକଳା ପୁଣିଥରେ ରାଜନୀତିରେ ପ୍ରବେଶ ଲାଗି ଉଦ୍ୟମ ଚଳାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri