ଓଡ଼ିଶାରେ ୧୭ ଲକ୍ଷ ବୁଲା କୁକୁର

ଭୁବନେଶ୍ୱର, ୪।୮(ବ୍ୟୁରୋ): ଦେଶରେ ଦ୍ୱିତୀୟ ସର୍ବାଧିକ ବୁଲା କୁକୁର ଓଡ଼ିଶାରେ ରହିଛନ୍ତି। କେନ୍ଦ୍ର ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ପୁରୁଷୋତ୍ତମ ରୂପାଲା ସଂସଦରେ ଏହି ସୂଚନା ଦେଇଛନ୍ତି। ଓଡ଼ିଶାରେ ୧୭ ଲକ୍ଷରୁ ଅଧିକ ବୁଲା କୁକୁର ରହିଛନ୍ତି। ତେବେ ପ୍ରଥମ ସ୍ଥାନରେ ଉତ୍ତରପ୍ରଦେଶ ରହିଛି। ୨୦୧୯ ପ୍ରାଣୀ ଗଣନା ଅନୁସାରେ, ଉତ୍ତରପ୍ରଦେଶରେ ସର୍ବାଧିକ ୨୦ଲକ୍ଷ ୫୯ହଜାର ୨୬୧ ବୁଲା କୁକୁର ରହିଥିବାବେଳେ ଦ୍ୱିତୀୟରେ ଥିବା ଓଡ଼ିଶାରେ ୧୭ ଲକ୍ଷ ୩୪ ହଜାର ୩୩୯ ବୁଲା କୁକୁର ରହିଥିବା ଜଣାପଡ଼ିଛି। ଏହା ପଛକୁ ତୃତୀୟରେ ମହାରାଷ୍ଟ୍ର ୧୨ଲକ୍ଷ ୭୬ହଜାର ୩୯୯, ରାଜସ୍ଥାନ ୧୨ଲକ୍ଷ ୭୫ହଜାର ୫୯୬ ଓ କର୍ନାଟକରେ ୧୧ଲକ୍ଷ ୪୧ହଜାର ୧୭୩ ବୁଲା କୁକୁର ରହିଛନ୍ତି। ତେବେ ୨୦୧୨ ପ୍ରାଣୀ ଗଣନା ରିପୋର୍ଟ ଅନୁସାରେ ୨୦୧୯ରେ ଦୁଇଗୁଣ ବୃଦ୍ଧି ପାଇଛି। ୨୦୧୨ରେ ଓଡ଼ିଶାରେ ୮ ଲକ୍ଷ ୬୨ ହଜାର ବୁଲା କୁକୁର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri