୧୭ ମନ୍ତ୍ରୀଙ୍କୁ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ୫ମ ପାଳି ସରକାରର ଦ୍ୱିତୀୟ ମନ୍ତ୍ରୀମଣ୍ଡଳ ଗଠନ ହେବାର ୧୨ଦିନ ବିତିଯାଇଛି। ତେବେ ମନ୍ତ୍ରୀମଣ୍ଡଳ ଗଠନ ହେବାର ୧୨ ଦିନ ପରେ ଶୁକ୍ରବାର ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ ଦିଆଯାଇଛି। ୧୩ କ୍ୟାବିନେଟ୍‌ ମନ୍ତ୍ରୀ ଏବଂ ୪ ରାଷ୍ଟ୍ରମନ୍ତ୍ରୀଙ୍କୁ ବ୍ୟକ୍ତିଗତ ସଚିବ ଦିଆଯାଇଥିବା ବେଳେ ୪ ଜଣ ମନ୍ତ୍ରୀଙ୍କୁ ଏପର୍ଯ୍ୟନ୍ତ ବ୍ୟକ୍ତିଗତ ସଚିବ ମିଳିନାହିଁ। ଗ୍ରାମ୍ୟ ଉନ୍ନୟନ, ଉଚ୍ଚଶିକ୍ଷା, ଶ୍ରମ ଓ ନିଯୁକ୍ତି, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗରେ ନୂଆ ମନ୍ତ୍ରୀ ଥିବାବେଳେ ସେମାନଙ୍କ ପାଖରେ କେଉଁ ଅଫିସରଙ୍କୁ ବ୍ୟକ୍ତିଗତ ସଚିବ ଭାବେ ଅବସ୍ଥାପିତ କରାଯିବ ତାହା ଏ ପର୍ଯ୍ୟନ୍ତ ସ୍ଥିର କରାଯାଇନାହିଁ। ସେହିପରି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲିଙ୍କ ପାଖରେ ମଧ୍ୟ କେହି ବ୍ୟକ୍ତିଗତ ସଚିବ ନାହାନ୍ତି। ତେବେ ମନ୍ତ୍ରୀମାନଙ୍କୁ ମିଳିଥିବା ବ୍ୟକ୍ତିଗତ ସଚିବ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମନ୍ତ୍ରୀମଣ୍ଡଳରେ ସାମିଲ ଥିବା ୭ ପୁରୁଣା ମନ୍ତ୍ରୀଙ୍କ ମଧ୍ୟରୁ ମନ୍ତ୍ରୀ ଟୁକୁନି ସାହୁଙ୍କୁ ବାଦ୍‌ ଦେଲେ ଅନ୍ୟ ସମସ୍ତେ ନିଜର ପୁରୁଣା ବ୍ୟକ୍ତିଗତ ସଚିବଙ୍କୁ ପାଖରେ ରଖିଛନ୍ତି। ତେବେ ୪ ରାଷ୍ଟ୍ରମନ୍ତ୍ରୀ ଶ୍ରୀକାନ୍ତ ସାହୁ, ପ୍ରୀତିରଞ୍ଜନ ଘଡାଇ, ରୋହିତ ପୂଜାରୀ ଏବଂ ରୀତା ସାହୁଙ୍କୁ ଏପର୍ଯ୍ୟନ୍ତ ବ୍ୟକ୍ତିଗତ ସଚିବ ଦିଆଯାଇନାହିଁ।
ଅନୁସୂଚିତ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ବ୍ୟକ୍ତିଗତ ସଚିବ ବାବେ ଅରୂପ କୁମାର ସାହୁ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅଞ୍ଜନ କୁମାର ଦାସ, କୃଷି ମନ୍ତ୍ରୀଙ୍କୁ ସରୋଜ କୁମାର ରାଉତ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ପ୍ରଦୀପ କୁମାର ରାଉତ, ରାଜସ୍ବମନ୍ତ୍ରୀଙ୍କୁ ପ୍ରତାପ ଚନ୍ଦ୍ର ହୋତା, ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀଙ୍କୁ ସେକ୍‌ ଜମିରୁଦ୍ଦିନ, ଇସ୍ପାତ ଓ ଖଣି ମନ୍ତ୍ରୀଙ୍କୁ କାଳିପ୍ରସାଦ ମହାପାତ୍ର, ଶିଳ୍ପ ମନ୍ତ୍ରୀଙ୍କୁ ବିଜୟ କୁମାର ସ୍ବାଇଁ, ଯୋଗାଣ ମନ୍ତ୍ରୀଙ୍କୁ ସୁରଞ୍ଜନ ପ୍ରଧାନ, ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିନ୍ମୟ କୁମାର ଆଚାର୍ଯ୍ୟ, ଜଳସମ୍ପଦ ମନ୍ତ୍ରୀଙ୍କୁ ସୁକାନ୍ତ କୁମାର ପ୍ରଧାନ, ସାମାଜିକ ନ୍ୟାୟ ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀଙ୍କୁ ରଶ୍ମୀରଞ୍ଜନ ସାହୁ, ଯୋଜନା ଓ ସଂଯୋଜନା ମନ୍ତ୍ରୀଙ୍କୁ ମନମୋହନ ବାରିକଙ୍କୁ ଅବସ୍ଥାପିତ କରାଯାଇଛି। ସେହିପରି ଗଣସିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ପ୍ରଶାନ୍ତ କିଶୋର ମହାପାତ୍ର, ପର୍ଯ୍ୟଟନ ମନ୍ତ୍ରୀଙ୍କୁ ମାନସ ରଞ୍ଜନ ପାଢୀ, କ୍ରୀଡା ମନ୍ତ୍ରୀଙ୍କୁ କୈଳାଶ ଚନ୍ଦ୍ର ଦାସ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କୁ ଗୌରହରି ବେହେରାଙ୍କୁ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri