ଚିନ୍ତା ବଢାଉଛି ରାଜଧାନୀ: ପୁଣି ୧୭ କରୋନା ଆକ୍ରାନ୍ତ, ୨ କରୋନା ଯୋଦ୍ଧା ସାମିଲ୍‌

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଏଠାରୁ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୫ ଜଣଙ୍କ, ଲୋକାଲ କେସ୍‌ ୧୦ ଜଣ ଏବଂ ୨ ଜଣ କରୋନା ଯୋଦ୍ଧା ଅଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଜୟଦେବ ବିହାରରୁ ଜଣେ ୨୮ ବର୍ଷୀୟ ଯୁବକ, ପଟିଆରୁ ଜଣେ ୬୫ ବର୍ଷୀୟା ମହିଳା ଏବଂ ୩ ବର୍ଷର ଶିଶୁ, ଚନ୍ଦ୍ରଶେଖରପୁରରୁ ୨୨ ବର୍ଷୀୟା ମହିଳା, ୟୁନିଟ-୪ରୁ ୩୨ ବର୍ଷୀୟ ବ୍ୟକ୍ତି ଆକ୍ରାନ୍ତ ହୋଇଛନ୍ତି। ସେହିପରି ସ୍ଥାନୀୟ କେସ୍‌ ମଧ୍ୟରେ ଡୁମଡୁମାରୁ ୪୦ ବର୍ଷୀୟା ଜଣେ ମହିଳା ଏବଂ ୩୦ ବର୍ଷୀୟ ପୁରୁଷ, ପଟିଆ ଭିଲେଜ୍‌ରୁ ୬୩ ବର୍ଷୀୟ ବ୍ୟକ୍ତି, ବିଜେବି ନଗରର ୨୩ ବର୍ଷୀୟ ଯୁବକ, ଦାସପୁର ୪୦ ବର୍ଷୀୟା ମହିଳା, ଶତାବ୍ଦୀ ନଗରରୁ ୨୯ ବର୍ଷୀୟା ମହିଳା, ଏକ ବେସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ୩୨ ବର୍ଷୀୟ ମହିଳା, ଚକେଇସିହାଣିରୁ ୬୭ ବର୍ଷୀୟ ବୃଦ୍ଧ ଏବଂ ଅନ୍ୟ ୨ ଜଣ ସରକାରୀ ହସ୍ପିଟାଲରେ କାର୍ଯ୍ୟରତ ୨୨ ଏବଂ ୨୬ ବର୍ଷୀୟ ଯୁବକ ଅଛନ୍ତି। ସେହିପରି କରୋନା ଯୋଦ୍ଧାଙ୍କ ମଧ୍ୟରେ ୨୬ ବର୍ଷୀୟ ଯୁବକ ଏବଂ ୩୫ ବର୍ଷୀୟ ବ୍ୟକ୍ତି ଅଛନ୍ତି। ଉଭୟ ବେସରକାରୀ କୋଭିଡ୍‌ ହସ୍ପିଟାଲରେ କାର୍ଯ୍ୟ କରୁଥିଲେ।
ସୂଚନାଯୋଗ୍ୟ, ଭୁବନେଶ୍ୱରରୁ ଏପର୍ଯ୍ୟନ୍ତ ୪୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୨୭୪ ଜଣ ସୁସ୍ଥ ହୋଇଥିବାବେଳେ ୬ ଜଣ ମୃତ୍ୟୁବରଣ କରିଛନ୍ତି। ୧୬୯ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?