SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏହି ବୈଠକରେ କଟକ ଏସ୍‌.ସି.ବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ସହ ରୋଗୀ ଓ ସମ୍ପର୍କୀୟଙ୍କ ସୁବିଧା ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

ଏସ୍‌.ସି.ବି କ୍ୟାମ୍ପସରେ ୬.୫୧ ଏକର ଜମିରେ ଏକ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ ନିର୍ମାଣ ହେବ। ଏହାର ୧୨ ମହଲା ପର୍ଯ୍ୟନ୍ତ ଗାଡ଼ି ପାର୍କିଂ ସୁବିଧା ରହିବା ସହ ବାକି ମହଲାରେ ପ୍ରଶାସନିକ ବ୍ଲକ୍, ଆନାଟୋମୀ ବ୍ଲକ୍ ଏବଂ ଫାର୍ମା କଲେଜ କାର୍ଯ୍ୟକ୍ଷମ ହେବ।

ରାଜ୍ୟର ୭ଟି ପ୍ରମୁଖ ମେଡିକାଲ କଲେଜ (କଟକ, ବ୍ରହ୍ମପୁର, ବୁର୍ଲା, ସୁନ୍ଦରଗଡ଼, କୋରାପୁଟ, ବାରିପଦା ଓ ବଲାଙ୍ଗିର) କ୍ୟାମ୍ପସ୍‌ରେ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମ ଗୃହ ନିର୍ମାଣ କରାଯିବ।

ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ମେଡିକାଲ ଛାତ୍ରଛାତ୍ରୀଙ୍କୁ ଚାପମୁକ୍ତ ରଖିବା ପାଇଁ ଇଣ୍ଡୋର ଗେମ୍ ଓ ସୁଇମିଂ ପୁଲ୍ ବ୍ୟବସ୍ଥା କରାଯିବ। ଏଥିସହ ନିର୍ମାଣାଧୀନ ୧୩ଟି ହାଉସିଂ ଟାୱାର କାମ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ପାଣିକୋଇଲି ଟ୍ରମା କେୟାର ସେଣ୍ଟରକୁ ପିପିପି (PPP) ମୋଡ୍‌ରେ କାର୍ଯ୍ୟକ୍ଷମ କରିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିରେ କେନ୍ଦ୍ରୀୟ ପିଏସୟୁ (PSU) କିମ୍ବା ଅଭିଜ୍ଞ ଘରୋଇ ସଂସ୍ଥାକୁ ପ୍ରାଥମିକତା ମିଳିବ।

ଏହି ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri