୬ ଘଣ୍ଟା ପରେ ଚିଲିକା ମଝିରୁ ଉଦ୍ଧାର ହେଲେ ୧୭ ପର୍ଯ୍ୟଟକ

ବାଲୁଗାଁ,୧ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ଅଧୀନ ସୋରଣ ପେଣ୍ଠରୁ ରବିବାର ଚିଲିକା ପରିଭ୍ରମଣରେ ଯାଇଥିବା ୧୭ଜଣ ପର୍ଯ୍ୟଟକ, ୨ଜଣ ନାଉରିଆ ଫେରିବାବେଳେ ମଝି ଚିଲିକାରେ ଫସିଯାଇଛନ୍ତି। ଖବରପାଇ ବାଲୁଗାଁ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ପ୍ରାୟ ୬ଘଣ୍ଟା ପରେ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। କୁହୁଡ଼ି ନିକଟ ସୋରଣସ୍ଥିତ ଚିଲିକା ପେଣ୍ଠରୁ କେତେଜଣ ଶିଶୁଙ୍କ ସହ ୧୭ଜଣ ପର୍ଯ୍ୟଟକ ରବିବାର ସକାଳୁ ଏକ ଡଙ୍ଗା ଯୋଗେ ଚିଲିକା ଭ୍ରମଣରେ ବାହାରିଥିଲେ। କାଳୀଜାଈ ଦର୍ଶନ ଏବଂ ନଳବଣ ପରିଭ୍ରମଣ କରି ଯାତ୍ରୀମାନେ ଫେରୁଥିବା ବେଳେ ହଠାତ୍‌ ଡଙ୍ଗାର ମେଶିନ୍‌ ଅଚଳ ହୋଇପଡ଼ିଥିଲା। ସନ୍ଧ୍ୟା ସମୟ ୫ଟା ୩୦ ଏବଂ ଘନ କୁହୁଡ଼ି ହେତୁ ଦିଗ ବାରିବା ସେମାନଙ୍କ ପାଇଁ କଷ୍ଟ ହୋଇପଡ଼ିଥିଲା। ଶେଷରେ ଅନ୍ୟୋପାୟ ହୋଇ ଯାତ୍ରୀମାନେ ସେମାନଙ୍କ ପରିବାରବର୍ଗଙ୍କୁ ଫୋନ ଯୋଗେ ଘଟଣା ସମ୍ପର୍କରେ ଅବଗତ କରିଥିଲେ। ପରିବାର ଲୋକଙ୍କଠାରୁ ସୂଚନା ପାଇ ଚିଲିକା ଅତିରିକ୍ତ ତହସିଲଦାର ଅପର୍ଣ୍ଣା ଡାଙ୍ଗୁଆ ଫସିଥିବା ଯାତ୍ରୀଙ୍କୁ ତୁରନ୍ତ ଉଦ୍ଧାର ନିମନ୍ତେ ବାଲୁଗାଁ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଅଧିକାରୀ ନିତ୍ୟାନନ୍ଦ ଜେନା ସଦଳବଳ ବାଲୁଗଁା ଜେଟିଠାରୁ ଏକ ଡ଼ଙ୍ଗା ଯୋଗେ ଯାତ୍ରୀଙ୍କୁ ଉଦ୍ଧାର ନିମନ୍ତେ ବାହାରିଥିଲେ। ତେବେ ଅନ୍ଧାର ଯୋଗୁ ଚିଲିକା ମଧ୍ୟରେ ଫସିରହିଥିବା ଯାତ୍ରୀଙ୍କୁ ସନ୍ଧାନ କରିବା କଷ୍ଟ ହୋଇଥିଲା। ଯାତ୍ରୀମାନେ ଚିକତ୍ାର କରିବା ସହ ନିଆଁ ଏବଂ ଲାଇଟ୍‌ ଦେଖାଇ ଅଗ୍ନିଶମ ବିଭାଗକୁ ସଂକେତ ଦେବାରେ ପ୍ରାୟ ରାତି ୧୧ଟା ୩୦ରେ କର୍ମଚାରୀମାନେ ସେଠାରେ ପହଞ୍ଚତ୍ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri