ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ ଦୀର୍ଘ ସମୟ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କାରଣ ଅସ୍ପଷ୍ଟ ରହିଛି। ମେରାଇନ ଥାନାଠାରୁ ଆରମ୍ଭ କରି କ୍ରାଇମ୍‌ବ୍ରାଞ୍ଚ ଓ ସିବିଆଇ ପର୍ଯ୍ୟନ୍ତ ତଦନ୍ତ ହୋଇଛି। ଓଡ଼ିଶା ଓ କୋଲକାତା ଉଚ୍ଚ ନ୍ୟାୟାଳୟରେ ମଧ୍ୟ ମାମଲା ହୋଇଛି। ଏହାସତ୍ତ୍ୱେ ଜାହାଜ ବୁଡ଼ି ଘଟଣାର ରହସ୍ୟ ଜଣାପଡ଼ିନାହିଁ। ସମାନ ଘଟଣା ଭଳି ଚଳିତବର୍ଷ ଗତ ଅଗଷ୍ଟ ୨୧ ତାରିଖରେ ଏମ୍‌ଭି ଓସେନ ୱିନର ନାମକ ଜାହାଜ ପାରାଦୀପରୁ ଚାଇନା ଯିବାବେଳେ ବାଟରେ ବୁଡ଼ିଯାଇଛି। ସେଥିରେ ଥିବା ୨୪ ନାବିକଙ୍କ ମଧ୍ୟରୁ ୨ଜଣ ଜୀବିତ ଉଦ୍ଧାର ହୋଇଥିଲେ ହେଁ ଅନ୍ୟ ୨୨ ଜଣଙ୍କ ଏପର୍ଯ୍ୟନ୍ତ ସନ୍ଧାନ ମିଳିନାହିଁ। ଜାହାଜ ବୁଡ଼ିଯାଇଥିବା ଅଞ୍ଚଳରେ କୋଷ୍ଟଗାର୍ଡ, ନୌସେନା, ଚାଇନା ନୌସେନା ପକ୍ଷରୁ ସପ୍ତାହେ ପର୍ଯ୍ୟନ୍ତ ଖୋଜାଖୋଜି ସତ୍ତ୍ୱେ ତାହା ମିଳିନାହିଁ। ଏପରିକି ଜାହାଜକୁ ମଧ୍ୟ ଠାବ କରାଯାଇପାରି ନାହିଁ।
୨୦୦୯ ସେପ୍ଟେମ୍ବର ୯ (୦୯-୦୯-୦୯)ରେ ବ୍ଲାକରୋଜ୍‌ ଜାହାଜ ପାରାଦୀପ ପୋତାଶ୍ରୟରୁ ମାତ୍ର ୬ କିମି ସମୁଦ୍ରରେ ବୁଡ଼ି ଯାଇଥିଲା। ସେଥିରେ ଥିବା ୨୬ ନାବିକଙ୍କ ମଧ୍ୟରୁ ସେହିଦିନ ରାତିରେ ବନ୍ଦର ମେରାଇନ ବିଭାଗ ୨୫ ଜଣଙ୍କୁ ଉଦ୍ଧାର କରିଥିଲେ। ଜଣେ ଯନ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା। ବୋଝେଇ ହୋଇଥିବା ଲୁହାପଥର ଗୁଣ୍ଡ ଓଦା ଥିବାରୁ ଜାହାଜ ବୁଡ଼ି ଯାଇଥିଲା ବୋଲି ସେତେବେଳେ କୁହାଯାଇଥିଲା। ଏମ୍‌ଭି ଓସେନ ୱିନର ମଧ୍ୟରେ ମଧ୍ୟ ସେହିପରି ଓଦା ଲୁହାପଥର ଗୁଣ୍ଡ ଥିବାରୁ ତାହା ବୁଡ଼ିଛି ବୋଲି ବନ୍ଦର ଶ୍ରମିକ କର୍ମଚାରୀ ୟୁନିୟନ ଉପସଭାପତି ସୁଧାକର ମନ୍ତ୍ରୀ ଲିଖିତ ଭାବେ ଜାହାଜ ଚଳାଚଳ ମନ୍ତ୍ରଣାଳୟକୁ ଅଭିଯୋଗ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri