Posted inଜାତୀୟ

୧୭୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା। ଅତ୍ୟଧିକ ଧୂଅଁା, କୁହୁଡ଼ି ଯୋଗୁ ଅଧିକ ଦୂରତା ପର୍ଯ୍ୟନ୍ତ ଦୃଶ୍ୟମାନ ହେଉ ନ ଥିଲା। ଦୃଶ୍ୟମାନ ଶୂନ ନିକଟତର ହୋଇଥିଲା। ଫଳରେ ଗାଡ଼ିଗୁଡ଼ିକ ମନ୍ଥର ଗତିରେ ଚାଲିବା ଯୋଗୁ ସକାଳେ ଦିଲ୍ଲୀର ରାସ୍ତା ଜାମ୍‌ ରହିଥିଲା। ଦିଲ୍ଲୀ ସମେତ ଅମୃତସର, ବାରାଣସୀ, ନଏଡ଼ା ଓ ଉତ୍ତର ଭାରତର ବିଭିନ୍ନ ଏୟାରପୋର୍ଟରେ ସୋମବାର ୧୭୦ରୁ ଊର୍ଦ୍ଧ୍ୱ ବିମାନ ଉଡ଼ାଣ ବାତିଲ ହୋଇଛି। ଏଥିସହିତ ଦିନ ସାରା ବହୁ ବିମାନ ବିଳମ୍ବରେ ଉଡ଼ାଣ କରିଥିଲା। ଦିଲ୍ଲୀର ୪୦ଟି ବାୟୁ ଗୁଣବତ୍ତା ପର୍ଯ୍ୟବେକ୍ଷଣ କେନ୍ଦ୍ର ମଧ୍ୟରୁ ୩୮ଟିରେ ଏକ୍ୟୁଆଇ ଅତ୍ୟନ୍ତ ନିକୃଷ୍ଟ ସ୍ତରରେ ରହିଥିଲା। ୪୯୮ ଏକ୍ୟୁଆଇ ସହ ଜାହାଙ୍ଗୀରପୁରୀ ସବୁଠୁ ପ୍ରଦୂଷିତ ଅଞ୍ଚଳ ରହିଛି। ରବିବାର ଦିଲ୍ଲୀ ବାୟୁ ଗୁଣବତ୍ତା ସୂଚକାଙ୍କ ୪୬୧ ରହିଥିଲା, ଯାହା ଦିଲ୍ଲୀକୁ ଶୀତଋତୁର ସବୁଠୁ ପ୍ରଦୂଷିତ ଦିନରେ ପରିଣତ କରିଥିଲା। ଏହା ଡିସେମ୍ବରରେ ବର୍ତ୍ତମାନ ସୁଦ୍ଧା ଦ୍ୱିତୀୟ ସବୁଠୁ ଖରାପ ବାୟୁ ଗୁଣବତ୍ତା ରେକର୍ଡ। ପ୍ରତିକୂଳ ପାଗ ଯୋଗୁ ପ୍ରଦୂଷଣ ସ୍ତର ଅଧିକ ବଢ଼ିଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri