୧୭୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ କଣ୍ଟେନର, କାର୍‌ ଜବତ

ବ୍ରହ୍ମପୁର ଅଫିସ,୧୨ା୬: ଅବକାରୀ ଗୋଇନ୍ଦା ଟିମ୍‌ ସୋମବାର ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗିରିସୋଲା ନିକଟରୁ ଏକ କଣ୍ଟେନର ଓ ଗୋଟିଏ କାରରୁ ଗଞ୍ଜେଇ ଜବତ କରିଛି। କାରରେ ଗଞ୍ଜେଇ ଚାଲାଣ କରୁଥିବା ଯୁବକଙ୍କୁ ଯାଞ୍ଚ ଟିମ୍‌ ଗିରଫ କରିଥିବା ବେଳେ କଣ୍ଟେନର ଚାଳକ ଫେରାର ଥିବା ସୂଚନା ମିଳିଛି। ଗିରଫ ଯୁବକ ଜଣକ ହେଲେ ଦଶପଲ୍ଲା ସିମିଳି ସାହିର ନାରାୟଣ ପ୍ରଧାନ(୨୮)। ନାରାୟଣ ଗଜପତିରୁ ଗଞ୍ଜେଇ ଆଣି ଚିକିଟି ଦେଇ ଭୁବନେଶ୍ୱର ଚାଲାଣ କରିଥାନ୍ତେ ବୋଲି ଜେରାବେଳେ ଜଣାପଡିଛି। ଗଜପତିରୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ରବିବାର ବିଳମ୍ବିତ ରାତିରେ ଖବର ମିଳିଥିଲା।
ସେହିପରି ସୋମବାର ଭୋରରେ ଗୋଇନ୍ଦା ଇନ୍ସପେକ୍ଟର ଗୀତାଞ୍ଜଳି ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ଗିରିସୋଲାରେ ଯାନବାହନ ଯାଞ୍ଚ କରିଥିଲା। ରାସ୍ତା କଡ଼ରେ ଦୀର୍ଘ ସମୟ ଛିଡ଼ା ହୋଇଥିବା କଣ୍ଟେଇନର (ଡବ୍ଲ୍ୟୁବି-୨୩ସି-୫୧୪୭)କୁ ଉକ୍ତ ଟିମ ଯାଞ୍ଚ କରିଥିଲା। ତେବେ ୫ ସେଥିରେ କୁଣ୍ଡା ବୋଝେଇ ହୋଇଥିଲା। ଯାଞ୍ଚ ବେଳେ ସେଥିରୁ ୩ଟି ବସ୍ତାରେ ଥିବା ୭୦କେଜି ଗଞ୍ଜେଇ ଜବତ ହୋଇଥିଲା। ଉକ୍ତ ଟିମକୁ ଦେଖି କଣ୍ଟେନରରେ ଗଞ୍ଜେଇ ଚାଲାଣକାରୀ ଚମ୍ପଟ ମାରିଛନ୍ତି। ସେଠାରୁ ଉକ୍ତ ଟିମ ଫେରୁଥିବା ବେଳେ ଚିକିଟି – ସୋରଳ ଜଙ୍କଶନରେ କାର ( ଓଆର ୦୨ ବିଏଫ ୫୭୮୫)କୁ ଅଟକାଇ ଯାଞ୍ଚ କରିଥିଲା। ସେଥିରୁ ୧୦୦ କେଜି ଗଞ୍ଜେଇ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri