ରଥଯାତ୍ରାରେ ମୁତୟନ ହେବେ ୧୭୦ ପ୍ଲାଟୁନ ଫୋର୍ସ

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏଥର ରଥଯାତ୍ରାରେ ୧୭୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜନଗହଳି ନିୟନ୍ତ୍ରଣ, ରଥଟଣା, ଟ୍ରାଫିକ ସୁପରିଚାଳନା ଏବଂ ଭିଭିଆଇପିଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଶୃଙ୍ଖଳିତ ତଥା ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଶନିବାର ପୁରୀ ଟାଉନ ହଲ୍‌ରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ସୁନୀଲ୍‌ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଇନଶୃଙ୍ଖଳା ରକ୍ଷା, ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ସମେତ ବିଭିନ୍ନ ଗୁୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ବୈଠକରେ ଆଲୋଚନା କରାଯାଇଥିଲା। ବୈଠକ ପରେ ଡିଜିପି ବଂଶଲ ସୂଚନା ଦେଇ କହିଛନ୍ତି, ଆସନ୍ତା ୨୦ ତାରିଖ ମଙ୍ଗଳବାରଠାରୁ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହେଉଛି। ଏହାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାରେ ପୋଲିସ ପ୍ରଶାସନର ଗୁରୁଦାୟିତ୍ୱ ରହିଛି। ରଥଯାତ୍ରା ସମୟରେ ବଛା ବଛା ଦକ୍ଷ ପୋଲିସ ଅଧିକାରୀମାନଙ୍କୁ ଏଠାରେ ନିୟୋଜିତ କରାଯାଇଥାଏ। ରଥଯାତ୍ରା ପାଇଁ ସମସ୍ତେ ପ୍ରସ୍ତୁତ ଅଛନ୍ତି। ତେବେ କ’ଣ ଆଉ ସମସ୍ୟା ବା ଅସୁବିଧା ରହିଛି ସେ ନେଇ ଆଲୋଚନା କରାଗଲା। ପୋଲିସ ପକ୍ଷରୁ ମଧ୍ୟ ମକ୍‌ଡ୍ରିଲ କରାଯାଇଛି। ରଥଯାତ୍ରାରେ ୧୭୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଯେପରି କୌଣସି ସମସ୍ୟାର ସମ୍ମୁଖୀନ ହେବେ ନାହିଁ ଏବଂ ଓଡ଼ିିଶା ପୋଲିସ ପକ୍ଷରୁ ଭଲ ଅନୁଭୂତି ନେଇ ଫେରିବେ ସେଥିଲାଗି ପ୍ରୟାସ କରାଯାଉଛି। ଜଣେ ଏଡିଜିଙ୍କୁ ଟ୍ରାଫିକ ବ୍ୟବସ୍ଥା ଦାୟିତ୍ୱ ଦିଆଯାଇଛି। ବଡ଼ଦାଣ୍ଡରେ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ଅଫିସର ରହିଛନ୍ତି। ତିନିରଥର କର୍ଡନରେ ବିଭିନ୍ନ ର଼୍ୟାଙ୍କର ଅଫିସର ରହିବେ। ସମସ୍ତ ଅଫିସର ପୁରୀରେ ପହଞ୍ଚତ୍ ସାରିଛନ୍ତି। ସେମାନଙ୍କ ପାଇଁ ବ୍ୟବସ୍ଥା ହୋଇଛି। ପୋଲିସ ପକ୍ଷରୁ ଗୋଟିଏ ମୁଖ୍ୟ କଣ୍ଟ୍ରୋଲ ରୁମ୍‌ କରାଯାଉଛି। ସେହିପରି ୧୬ କିମ୍ବା ୧୭ଟି ସବ୍‌କଣ୍ଟ୍ରୋଲ ରୁମ୍‌ ହେଉଛି। ବିଭିନ୍ନ ସ୍ଥାନରେ ସିସିଟିଭି ଲଗାଯାଇଛି। ସମୁଦ୍ରରେ କୋଷ୍ଟଗାର୍ଡ ନିୟୋଜିତ ରହିବେ। ଭକ୍ତଙ୍କ ସୁବିଧା ନେଇ ରେଳ ବିଭାଗ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା କରାଯାଉଛି। ବିଭିନ୍ନ ସେକ୍ଟର ଓ ଜୋନ୍‌ରେ ନିୟୋଜିତ ପୋଲିସ ଅଧିକାରୀମାନେ କିଭଳି ଭକ୍ତଙ୍କୁ ଉତ୍ତମ ବ୍ୟବହାର କରିବେ, ନିଜ ଦାୟିତ୍ୱ ଓ କର୍ତ୍ତବ୍ୟ ଠିକ୍‌ ଭାବେ ତୁଲାଇବେ, ଗହଳି ନିୟନ୍ତ୍ରଣ ସହ ନିଜ ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବେ, ବିଭିନ୍ନ ପାସ୍‌ଧାରୀଙ୍କୁ କିଭଳି ଛଡ଼ାଯିବ ଆଦି ପ୍ରସଙ୍ଗରେ ଆଲୋଚନା ହୋଇଥିବା ବଂଶଲ ପ୍ରକାଶ କରିଛନ୍ତି। ସେହିପରି ଏଡିଜି ଅମିତାଭ ଠାକୁର କହିଛନ୍ତି, ରଥଯାତ୍ରା ପାଇଁ ସ୍ବତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ୍‌ ହେବ। ସହର ଭିତରେ ଦୁଇଟି ଓ ସହର ବାହାରେ ଗୋଟିଏ ଏଭଳି ତିନିଭାଗରେ ଟ୍ରାଫିକ ପରିଚାଳନା କରାଯିବ। ସହରକୁ ୧୪ଟି ଜୋନ୍‌ ଓ ୨୯ ସେକ୍ଟରରେ ବିଭକ୍ତ କରାଯାଇଛି। ଟ୍ରାଫିକ ଦାୟିତ୍ୱରେ ଥିବା ଭକ୍ତମାନେ ଦୁଇଚକିଆ ଓ ଚାରିଚକିଆ ଗାଡ଼ି କେଉଁଠାରେ ପାର୍କିଂ କରିବେ, କେଉଁବାଟେ ଆସିବେ, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସେବାକୁ ପ୍ରାଥମିକତା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?