୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତାରୁ ବଞ୍ଚିତ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଜନଜାତି ମାନ୍ୟତା ପ୍ରସଙ୍ଗରେ ରାଜ୍ୟ ସରକାର ସହଯୋଗ କରୁନାହାନ୍ତି। ଏଥିଯୋଗୁ ରାଜ୍ୟର ୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତା ପାଇନାହାନ୍ତି। ରବିବାର ଭାଜପା ରାଜ୍ୟ ଉପସଭାପତି ବଳଭଦ୍ର ମାଝି ଏଭଳି ଅଭିଯୋଗ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବଳଭଦ୍ର ରାଜ୍ୟ ସରକାରଙ୍କୁ ଏହି ପ୍ରସଙ୍ଗରେ ଟାର୍ଗେଟ କରି କହିଛନ୍ତି, ଜନଜାତି ମାନ୍ୟତା ତଥ୍ୟ ମାଗୁଥିଲେ ମଧ୍ୟ ସରକାର ତାହା ଦେଉନାହାନ୍ତି। ଚୁକ୍ତିଆ ଭୁଞ୍ଜିଆ, ପାଉତି ଭୁୟାଁ ଭଳି ଆଦିମ ଅଧିବାସୀ ଜନଜାତି ମାନ୍ୟତାରୁ ବଞ୍ଚିତ ହୋଇଛନ୍ତି। ରାଜ୍ୟ ସରକାର ଏନେଇ କେନ୍ଦ୍ରକୁ ସହଯୋଗ କରନ୍ତୁ। ଗତ ୯ରୁ ୧୨ ତାରିଖ ପର୍ଯ୍ୟନ୍ତ କୋରାପୁଟ ଅଞ୍ଚଳର ଭାଜପା କାର୍ଯ୍ୟକର୍ତ୍ତାମାନେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ, ଅଶ୍ୱିନୀ ବୈଷ୍ଣବ ଏବଂ ଅର୍ଜୁନ ମୁଣ୍ଡାଙ୍କୁ ଭେଟିଥିଲେ। ଓଡ଼ିଶାର ୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତା ପାଇନାହାନ୍ତି କି ସରକାରୀ ଭାବେ ତାଲିକା ଭୁକ୍ତ ହୋଇନାହାନ୍ତି। କେନ୍ଦ୍ର ସରକାର ତଥ୍ୟ ମାଗୁଥିଲେ ମଧ୍ୟ ରାଜ୍ୟ ସରକାର ତାହା ଦେଉନାହାନ୍ତି କି ସହଯୋଗ କରୁନାହାନ୍ତି। ଯେଉଁଥିଲାଗି ୧୭୦ ପ୍ରକାର ଜନଜାତି ତାଲିକା ଭୁକ୍ତ ହେବାରୁ ବଞ୍ଚିତ ଅଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri