ୟୁରୋପରେ ଅସହ୍ୟ ଗରମ, ୧୭୦୦ ଲୋକଙ୍କ ମୃତ୍ୟୁ, ତରଳିଗଲା ଟ୍ରେନ୍ ସିଗନଲ!

ବ୍ରୁସେଲସ୍‌,୨୧ ।୭: ୟୁରୋପରେ ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ରେକର୍ଡ ଭାଙ୍ଗିଛି । ବେଳକୁ ବେଳ ଗରମ ବଢିବାରେ ଲାଗିଥିବାରୁ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । କେଉଁଠି ଏୟାରପୋର୍ଟର ରନୱେର୍ ତରଳି ଯାଉଛି ତ ପୁଣି କେଉଁଠି ରେଲୱେ ଟ୍ରାକ ତରଳି ଯାଇଛି । ରାସ୍ତାରେ କାଁ ଭାଁ ଲୋକଙ୍କୁ ଦେଖିବାକୁ ମିଳୁଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସ୍ପେନ ଓ ପର୍ତ୍ତୁଗାଲରେ ପ୍ରାୟ ୧୭୦୦ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି । ତେବେ ଏହାକୁ ନେଇ ସୋସିଆଲ ମିଡିଆରେ ବହୁ ଭୁଲ ତଥ୍ୟ ପ୍ରଚାର କରାଯାଉଛି । ସୋସିଆଲ ମିଡିଆରେ ଏବେ ଏକ ଫଟୋ ଭାଇରାଲ ହେଉଛି ଯେଉଁଥିରେ ଟ୍ରେନ୍ ସିଗନଲ ତରଳି ଯାଉଥିବା ଦେଖାଯାଇଛି । ହେଲେ ଫଟୋଟି ୟୁରୋପର ନୁହେଁ ବୋଲି ଜଣାପଡିଛି । ଏହା ବ୍ରିଟେନର ସ୍ୟାଣ୍ଡି ସହରର । ଟ୍ରେନ ସିଗନଲ ତଳେ ନିଆଁ ଜଳୁଥିବାରୁ ଏହା ତରଳି ଯାଇଥିବା କୁହାଯାଇଛି ।
କିନ୍ତୁ ୟୁରୋପରେ ହେଉଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏହାର ଟ୍ରେନ୍ ଚଳାଚଳକୁ ବାଧା ପହଞ୍ଚାଇଛି । ପରିବହନ ମନ୍ତ୍ରୀ କହିଛନ୍ତି, ୟୁରୋପର ରେଲୱେ ନେଟୱର୍କ ଅତ୍ୟଧିକ ଗରମକୁ ସାମ୍ନା କରିପାରିବ ନାହିଁ । ବଢୁଥିବା ତାପମାତ୍ରା ଯୋଗୁ ସେଠାକାର ରେଲୱେ ଟ୍ରାକ୍‌ର ପାରା ୫୦ରୁ ୬୦ ତ ପୁଣି ୭୦ ଡିଗ୍ରୀ ପର୍ଯ୍ୟନ୍ତ ପହଞ୍ଚି ଯାଉଛି । ଫଳରେ ଟ୍ରେନ୍ ଟ୍ରାକ୍ ତରଳି ଯାଉଛି ।
ଅନ୍ୟପଟେ ଦକ୍ଷିଣ ୟୁରୋପରେ ଥିବା ଜଙ୍ଗଲରେ ନିଆଁ ଲାଗିଥିବାରୁ ଏହା ତାପମାତ୍ରାକୁ ଆହୁରି ବଢାଇ ଦେଉଛି । ଏବେ ହେଲିକପ୍ଟର ମାଧ୍ୟମରେ ଜଙ୍ଗଲ ନିଆଁକୁ କାବୁ କରିବାକୁ ଚେଷ୍ଟା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri