ୟୁରୋପରେ ଅସହ୍ୟ ଗରମ, ୧୭୦୦ ଲୋକଙ୍କ ମୃତ୍ୟୁ, ତରଳିଗଲା ଟ୍ରେନ୍ ସିଗନଲ!

ବ୍ରୁସେଲସ୍‌,୨୧ ।୭: ୟୁରୋପରେ ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ରେକର୍ଡ ଭାଙ୍ଗିଛି । ବେଳକୁ ବେଳ ଗରମ ବଢିବାରେ ଲାଗିଥିବାରୁ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । କେଉଁଠି ଏୟାରପୋର୍ଟର ରନୱେର୍ ତରଳି ଯାଉଛି ତ ପୁଣି କେଉଁଠି ରେଲୱେ ଟ୍ରାକ ତରଳି ଯାଇଛି । ରାସ୍ତାରେ କାଁ ଭାଁ ଲୋକଙ୍କୁ ଦେଖିବାକୁ ମିଳୁଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସ୍ପେନ ଓ ପର୍ତ୍ତୁଗାଲରେ ପ୍ରାୟ ୧୭୦୦ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି । ତେବେ ଏହାକୁ ନେଇ ସୋସିଆଲ ମିଡିଆରେ ବହୁ ଭୁଲ ତଥ୍ୟ ପ୍ରଚାର କରାଯାଉଛି । ସୋସିଆଲ ମିଡିଆରେ ଏବେ ଏକ ଫଟୋ ଭାଇରାଲ ହେଉଛି ଯେଉଁଥିରେ ଟ୍ରେନ୍ ସିଗନଲ ତରଳି ଯାଉଥିବା ଦେଖାଯାଇଛି । ହେଲେ ଫଟୋଟି ୟୁରୋପର ନୁହେଁ ବୋଲି ଜଣାପଡିଛି । ଏହା ବ୍ରିଟେନର ସ୍ୟାଣ୍ଡି ସହରର । ଟ୍ରେନ ସିଗନଲ ତଳେ ନିଆଁ ଜଳୁଥିବାରୁ ଏହା ତରଳି ଯାଇଥିବା କୁହାଯାଇଛି ।
କିନ୍ତୁ ୟୁରୋପରେ ହେଉଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏହାର ଟ୍ରେନ୍ ଚଳାଚଳକୁ ବାଧା ପହଞ୍ଚାଇଛି । ପରିବହନ ମନ୍ତ୍ରୀ କହିଛନ୍ତି, ୟୁରୋପର ରେଲୱେ ନେଟୱର୍କ ଅତ୍ୟଧିକ ଗରମକୁ ସାମ୍ନା କରିପାରିବ ନାହିଁ । ବଢୁଥିବା ତାପମାତ୍ରା ଯୋଗୁ ସେଠାକାର ରେଲୱେ ଟ୍ରାକ୍‌ର ପାରା ୫୦ରୁ ୬୦ ତ ପୁଣି ୭୦ ଡିଗ୍ରୀ ପର୍ଯ୍ୟନ୍ତ ପହଞ୍ଚି ଯାଉଛି । ଫଳରେ ଟ୍ରେନ୍ ଟ୍ରାକ୍ ତରଳି ଯାଉଛି ।
ଅନ୍ୟପଟେ ଦକ୍ଷିଣ ୟୁରୋପରେ ଥିବା ଜଙ୍ଗଲରେ ନିଆଁ ଲାଗିଥିବାରୁ ଏହା ତାପମାତ୍ରାକୁ ଆହୁରି ବଢାଇ ଦେଉଛି । ଏବେ ହେଲିକପ୍ଟର ମାଧ୍ୟମରେ ଜଙ୍ଗଲ ନିଆଁକୁ କାବୁ କରିବାକୁ ଚେଷ୍ଟା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri