ରାଜ୍ୟରେ ଆଜି ୧୭୦୯ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ରବିବାର ୩୦ ଜିଲାରୁ ୧୭୦୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮୫ ଜଣ ଚିହ୍ନଟ ହୋଇଥିବା ବେଳେ ୭୨୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୨୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୨୧ ଏବଂ କଟକରୁ ୧୧୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୭୯, ବାଲେଶ୍ୱର ୬୧, ବରଗଡ଼ ୯୯, ଭଦ୍ରକ ୧୧, ବଲାଙ୍ଗୀର ୫୩, ବୌଦ୍ଧ ୧୮, ଦେବଗଡ଼ ୯, ଢେଙ୍କାନାଳ ୬୪, ଗଜପତି ୪, ଗଞ୍ଜାମ ୧୯, ଜଗତସିଂହପୁର ୬୮, ଯାଜପୁର ୪୧, ଝାରସୁଗୁଡ଼ା ୨୮, କଳାହାଣ୍ଡି ୭୨, କନ୍ଧମାଳ ୨୦, କେନ୍ଦ୍ରାପଡ଼ା ୫୦, କେନ୍ଦୁଝର ୭୨, କୋରାପୁଟ ୩୮, ମାଲକାନଗିରି ୩୯, ନବରଙ୍ଗପୁର ୨୬, ନୟାଗଡ଼ ୨୯, ନୂଆପଡ଼ା ୮୬, ପୁରୀ ୫୮, ରାୟଗଡ଼ା ୧୬, ସମ୍ବଲପୁର ୪୩, ସୋନପୁର ୭ ଏବଂ ସୁନ୍ଦରଗଡ଼ରୁ ୧୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ବେଳେ ୨,୭୫,୭୪୯ ଜଣ ସୁସ୍ଥ ହୋଇଛନ୍ତି। ୧୪,୬୯୨ ଜଣ ଚିକିତ୍ସିତ ହେଉଛନ୍ତି। ୧୩୩୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri