ଜିଏସ୍‌ଟି ସଂଗ୍ରହରେ ରେକର୍ଡ, ମେ’ରେ ୧,୭୨,୭୩୯ କୋଟି

ନୂଆଦିଲ୍ଲୀ, ୩।୬(ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ଦ୍ୱିତୀୟ ମାସ ବା ମେ’ରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୭୩ (୧,୭୨,୭୩୯) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ଆଦାୟ କରାଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ୧.୫୭ (୧,୫୭,୦୯୦)ଲକ୍ଷ କୋଟି ଟଙ୍କା ଟିକସ ଆଦାୟ ହୋଇଥିଲାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ମାସରେ ସଂଗୃହୀତ ଟିକସ ପରିମାଣଠାରୁ ୨୦୨୪-୨୫ ଆର୍ଥିକ ବର୍ଷର ଟିକସ ପରିମାଣ ୧୦% ଅଧିକ ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।

ଉଲ୍ଲେଖଯୋଗ୍ୟ, ୨୦୨୪ ମେ’ରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୭୨,୭୩୯ କୋଟି ରହିଥିବାବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୨,୪୦୯ କୋଟି ଟଙ୍କା ଏବଂ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୪୦,୨୬୫ କୋଟି ଟଙ୍କା ସାମିଲ ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୭,୭୮୧ କୋଟି (ସାମଗ୍ରୀ ଆମଦାନୀ ବାବଦରେ ୩୯,୮୭୯ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୨୮୪ କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୭୬ କୋଟି ଟଙ୍କା ସାମିଲ) ଟଙ୍କାର ରାଜସ୍ବ ଟିକସ ଆକାରରେ ଆଦାୟ କରାଯାଇଛି।

ସେହିପରି ସରକାର ସିଜିଏସ୍‌ଟି ବାବଦରେ ୩୮,୫୧୯ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୨,୭୩୩ କୋଟି ଟଙ୍କା ସରକାର ପରିଶୋଧ କରିଛନ୍ତି। ଅପରପକ୍ଷରେ ଓଡ଼ିଶାରୁ ମଧ୍ୟ ଚଳିତ ଆର୍ଥିକ ବର୍ଷର ୨ୟ ମାସରେ ୫୦୨୭ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଥିଲାବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୪୩୯୮ କୋଟି ଟଙ୍କା ଥିଲା। ଚଳିତ ଆର୍ଥକ ବର୍ଷର ୨ୟ ମାସର ଅବଧି ମଧ୍ୟରେ ଏହା ୧୪% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri