ଜିଏସ୍‌ଟି ସଂଗ୍ରହରେ ରେକର୍ଡ, ମେ’ରେ ୧,୭୨,୭୩୯ କୋଟି

ନୂଆଦିଲ୍ଲୀ, ୩।୬(ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ଦ୍ୱିତୀୟ ମାସ ବା ମେ’ରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୭୩ (୧,୭୨,୭୩୯) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ଆଦାୟ କରାଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ୧.୫୭ (୧,୫୭,୦୯୦)ଲକ୍ଷ କୋଟି ଟଙ୍କା ଟିକସ ଆଦାୟ ହୋଇଥିଲାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ମାସରେ ସଂଗୃହୀତ ଟିକସ ପରିମାଣଠାରୁ ୨୦୨୪-୨୫ ଆର୍ଥିକ ବର୍ଷର ଟିକସ ପରିମାଣ ୧୦% ଅଧିକ ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।

ଉଲ୍ଲେଖଯୋଗ୍ୟ, ୨୦୨୪ ମେ’ରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୭୨,୭୩୯ କୋଟି ରହିଥିବାବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୨,୪୦୯ କୋଟି ଟଙ୍କା ଏବଂ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୪୦,୨୬୫ କୋଟି ଟଙ୍କା ସାମିଲ ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୭,୭୮୧ କୋଟି (ସାମଗ୍ରୀ ଆମଦାନୀ ବାବଦରେ ୩୯,୮୭୯ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୨୮୪ କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୭୬ କୋଟି ଟଙ୍କା ସାମିଲ) ଟଙ୍କାର ରାଜସ୍ବ ଟିକସ ଆକାରରେ ଆଦାୟ କରାଯାଇଛି।

ସେହିପରି ସରକାର ସିଜିଏସ୍‌ଟି ବାବଦରେ ୩୮,୫୧୯ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୨,୭୩୩ କୋଟି ଟଙ୍କା ସରକାର ପରିଶୋଧ କରିଛନ୍ତି। ଅପରପକ୍ଷରେ ଓଡ଼ିଶାରୁ ମଧ୍ୟ ଚଳିତ ଆର୍ଥିକ ବର୍ଷର ୨ୟ ମାସରେ ୫୦୨୭ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଥିଲାବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୪୩୯୮ କୋଟି ଟଙ୍କା ଥିଲା। ଚଳିତ ଆର୍ଥକ ବର୍ଷର ୨ୟ ମାସର ଅବଧି ମଧ୍ୟରେ ଏହା ୧୪% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri