କୋଦଳା କଲେଜରେ ପରୀକ୍ଷା ଦେଲେ ୧୭୪ କଳା, ୨୬ ବାଣିଜ୍ୟ ଛାତ୍ରୀଛାତ୍ର

କୋଦଳା,୨ା୩(ଡି.ଏନ୍‌.ଏ.): ଗୁରୁବାରଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇଛି। ଗତକାଲି ବିଜ୍ଞାନର ଥିଓରି ପରୀକ୍ଷା ଆରମ୍ଭ ହୋଇଥିଲା । ଗଞ୍ଜାମ କୋଦଳା ଲକ୍ଷ୍ମୀନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜିଠୁ କଳା ଓ ବାଣିଜ୍ୟ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ଏଥର ଉକ୍ତ କଲେଜରେ ୧୭୪ ଜଣ କଳା ଛାତ୍ରୀଛାତ୍ର ଓ ୨୬ ଜଣ ବାଣିଜ୍ୟ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇଥିବା ବେଳେ ଛାତ୍ରୀଛାତ୍ର ସକାଳ ୯ଟାରେ କେନ୍ଦ୍ରକୁ ପ୍ରବେଶ କରିଥିଲେ। ତେବେ ପ୍ରଥମ ଥର ପାଇଁ ଛାତ୍ରୀଛାତ୍ର ବୋର୍ଡ ପରୀକ୍ଷା ସାମ୍ନା କରି ବେଶ୍‌ ଖୁସି ଥିବା କହିଛନ୍ତି । କାରଣ ଏହି ଛାତ୍ରୀଛାତ୍ର ଗତ ମାଟ୍ରିକ ପରୀକ୍ଷା କରୋନା ଯୋଗୁ ଦେଇ ପାରି ନ ଥିଲେ।
ପ୍ରଥମ ଦିନ କଳା ଓ ବାଣିଜ୍ୟ ଛାତ୍ରୀଛାତ୍ର ଏମ୍‌ଆଇଏଲ୍‌(ଓଡ଼ିଆ ପରୀକ୍ଷା ଦେଇଛନ୍ତି। ଧାର୍ଯ୍ୟ ସମୟର ୩୦ ମିନିଟ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ର ଭିତରକୁ ପ୍ରବେଶ କରିଥିଲେ। ୧୫ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀମାନଙ୍କୁ ନିଜ ସିଟ୍‌ରେ ବସିବାକୁ ନିର୍ଦ୍ଦେଶ ରହିଥିଲା। ପରୀକ୍ଷାର ୧୫ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ଉତ୍ତରଖାତା ଏବଂ ୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ବଣ୍ଟନ କରାଯାଇଥିଲା। ଠିକ୍‌ ୧୦ଟା ବେଳେ ପରୀକ୍ଷାର୍ଥୀଙ୍କୁ ଉତ୍ତର ଖାତାରେ ଲେଖିବାକୁ ଅନୁମତି ମିଳିଥିବା ବେଳେ କୋଭିଡ୍‌ ଆଚରଣ ମାନି ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ର। କପି ରୋକିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପଦକ୍ଷେପ କରାଯାଇଛି। ସିସିଟିଭି ସର୍ଭେଲାନ୍ସ ମାଧ୍ୟମରେ ପରୀକ୍ଷା ପରିଚାଳନା କରାଯାଉଥିବା କହିଛନ୍ତି ଅଧ୍ୟକ୍ଷ ତଥା ପରୀକ୍ଷା ପରିଚାଳକ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri