ହୋଟେଲରୁ ୧୭୪ ଗ୍ରାମ୍‌ ବ୍ରାଉନସୁଗାର ଜବତ: ୨ ଗିରଫ

ଆଠଗଡ଼,୨୨।୨(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ଅଧୀନ ରାଧାପତିପୁରସ୍ଥିତ ପାରିଜାତ ହୋଟେଲରୁ ରବିବାର ୧୭୪ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ ହୋଇଛି। ଏସ୍‌ଟିଏଫ୍‌ (ସ୍ବତନ୍ତ୍ର ଟାସ୍କ ଫୋର୍ସ)ଟିମ୍‌ ପକ୍ଷରୁ ଚଢ଼ାଉ କରି ହୋଟେଲ ମାଲିକଙ୍କ ସମେତ ୨ ଜଣଙ୍କୁ ଗିରଫ କରାଯାଇଛି। କୋଭିଡ୍‌ ଟେଷ୍ଟ ପରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ହୋଟେଲ ମାଲିକ ପ୍ରଶାନ୍ତ କୁମାର ସାହୁ ଏବଂ ତାଙ୍କ ସହଯୋଗୀ ବିକାଶ କୁମାର ସ୍ବାଇଁ। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଟିମ୍‌ ପକ୍ଷରୁ କୁହାଯାଇଛି। ଏନେଇ ଆଠଗଡ଼ ଥାନାରେ ଧାରା ୨୧ (ବି) ଏନ୍‌ ଡି ପିଏସ୍‌ ଆକ୍ଟ ଅନୁସାରେ ମାମଲା (ନଂ.୩୪/୨୧)ରୁଜୁ ହୋଇଛି। ଗତ କିଛି ଦିନ ହେବ ଆଠଗଡ଼ ଅଞ୍ଚଳରେ ଚୋରା ଗଞ୍ଜେଇ ଓ ବ୍ରାଉନସୁଗାର କାରବାର ଚାଲିଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏନେଇ ଏସ୍‌ଟିଏଫ୍‌ ପୂର୍ବରୁ ଏହି ଅଞ୍ଚଳ ଉପରେ ନଜର ରଖିଥିଲା। କୌଣସି ବିଶ୍ୱସ୍ତ ସୂତ୍ରରୁ ଖବରପାଇ ଏହାର ସ୍ବତନ୍ତ୍ର ଟିମ୍‌ ହଠାତ୍‌ ପାରିଜାତ ହୋଟେଲ ଉପରେ ଚଢ଼ାଉ କରିଥିଲା। ଏହି ସମୟରେ ଅଭିଯୁକ୍ତମାନଙ୍କଠାରୁ ୨ଟି ମୋବାଇଲ ଫୋନ୍‌ ଓ ଗୋଟିଏ ଓଜନ ମେଶିନ ସମେତ ନଗଦ ୬୩୮୦ ଟଙ୍କା ଜବତ କରାଯାଇଛି। କାରବାରରେ ଆଉ କାହାର ସମ୍ପୃକ୍ତି ରହିଛି ସେନେଇ ଅଧିକ ତଦନ୍ତ ଜାରି ରହିଛି। ଏ ସମ୍ପର୍କରେ ଆଠଗଡ଼ ଥାନା ଆଇଆଇସି ଜ୍ଞାନରଞ୍ଜନ ମିଶ୍ର କହିଛନ୍ତି, ଏସ୍‌ଟିଏଫ୍‌ ଅଭିଯୁକ୍ତମାନଙ୍କୁ ଆଠଗଡ଼ ପୋଲିସକୁ ହସ୍ତାନ୍ତର କରିବା ପରେ ସେମାନଙ୍କଠାରୁ ତଥ୍ୟ ସଂଗ୍ରହ କରି କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri