Posted inଜାତୀୟ

ଲକ୍ଷେ ୭୫ ହଜାର ଗରିବଙ୍କ ଗୃହ ପ୍ରବେଶ

ନୂଆଦିଲ୍ଲୀ, ୧୨।୯: ପ୍ରଧାନମନ୍ତ୍ରୀ ବାସଗୃହ ଯୋଜନା ଅନ୍ତର୍ଗତ ମଧ୍ୟପ୍ରଦେଶରେ ଲକ୍ଷେ ୭୫ ହଜାର ଗରିବଙ୍କୁ ରହିବା ପାଇଁ ଘର ଯୋଗାଇ ଦିଆଯାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଏହି ଗୃହ ପ୍ରବେଶ କାର୍ଯ୍ୟକ୍ରମର ଲୋକାର୍ପଣ କରିଛନ୍ତି। ରାଜ୍ୟର ଗରିବ ଗୃହ ପ୍ରବେଶ କରିଥିବାରୁ ମୋଦି ସେମାନଙ୍କୁ ଶୁଭକାମନା ଜଣାଇଛନ୍ତି। ଚଳିତ ଦୀପାବଳି ଏକ ନିଆରା ଉତ୍ସବ ହେବ। ଏହି ସମୟରେ ଗୃହ ପ୍ରବେଶ କରିଥିବା ସମସ୍ତ ହିତାଧିକାରୀ ନିଜ ଘରେ ରହି ଆଲୋକର ପର୍ବ ପାଳନ କରିବେ। ଏହି ଅବସରରେ ମୋଦି କେତେକ ହିତାଧିକାରୀଙ୍କ ସହିତ କଥାବାର୍ତ୍ତା ମଧ୍ୟ ହୋଇଛନ୍ତି। ପୂର୍ବରୁ ସରକାରଙ୍କ ପଛରେ ଗରିବଙ୍କୁ ଦୌଡ଼ିବାକୁ ପଡୁଥିଲା। ମାତ୍ର ଏବେ ସରକାର ଗରିବଙ୍କ ପାଖରେ ପହଞ୍ଚୁଛନ୍ତି ବୋଲି ମୋଦି କହିଛନ୍ତି। କରୋନା ମହାମାରୀ ସମୟରେ ମଧ୍ୟ ଦେଶରେ ବିକାଶ କାର୍ଯ୍ୟ ଅଟକି ଯାଇନାହିଁ ବୋଲି ମୋଦି କହିଛନ୍ତି। ଘରଗୁଡ଼ିକ ୧୨୫ ଦିନ ପରିବର୍ତ୍ତେ କମ୍‌ ସମୟ ମଧ୍ୟରେ ନିର୍ମିତ ହୋଇଛି। ୪୫ରୁ ୬୦ ଦିନରେ ଗୋଟିଏ ଗୋଟିଏ ଘର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ମୋଦି କହିଛନ୍ତି। ପ୍ରଧାନମନ୍ତ୍ରୀ ବାସଗୃହ ଯୋଜନା ତାହାର ଉଦାହରଣ ବୋଲି ମୋଦି ଟୁଇଟ୍‌ କରି କହିଛନ୍ତି। ଇତିମଧ୍ୟରେ ମଧ୍ୟପ୍ରଦେଶ ସମେତ ଦେଶର ଅନ୍ୟ ରାଜ୍ୟରେ ପ୍ରଧାନମନ୍ତ୍ରୀ ବାସଗୃହ ଯୋଜନା ଅନ୍ତର୍ଗତ ୨୩ ହଜାର କୋଟି ଟଙ୍କା ବ୍ୟୟ ହୋଇଥିବା ମୋଦି କହିଛନ୍ତି। ସୂଚନାଯୋଗ୍ୟ, ଗ୍ରାମୀଣ ଏବଂ ସହରରେ ବାସ କରୁଥିବା ଗରିବଙ୍କୁ ଘର ଯୋଗାଇ ଦେବା ଲାଗି ଏହି ଯୋଜନା ୨୦୧୫ରେ ପ୍ରଣୟନ କରାଯାଇଥିଲା। ୨୦୨୨ ମାର୍ଚ୍ଚ ସୁଦ୍ଧା ଦେଶର ୨ କୋଟି ଗରିବଙ୍କୁ ଘର ଯୋଗାଇ ଦେବା ଏହି ଯୋଜନାର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri