ଡାକ୍ତରଙ୍କ ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ବାରିପଦା ମେଡିକାଲ କଲେଜରେ ଉତ୍ତେଜନା, ଥାନାରେ ଅଭିଯୋଗ କଲେ ମହିଳାଙ୍କ ସ୍ବାମୀ

ବାରିପଦା ଅଫିସ,୧।୨- ଡାକ୍ତରଙ୍କ ଅବହେଳାରୁ ମୃତଶିଶୁ ଜନ୍ମ। ପ୍ରସବ ସ୍ବାଭାବିକ ହେବ କହି ଶେଷରେ ମୃତଶିଶୁ ଜନ୍ମ ଦେଇଥିଲେ ଗର୍ଭବତୀ। ଏଥିସହ ପ୍ରସବ କରାଇବାକୁ ସମ୍ପୃକ୍ତ ଚିକିତ୍ସକ ଓ କର୍ମଚାରୀ ଲାଞ୍ଚ ମାଗିଥିଲେ। ଏଭଳି ଏକ ସଙ୍ଗିନ୍‌ ଅଭିଯୋଗ ମୟୂରଭଞ୍ଜ ଜିଲ୍ଲା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରୁ ଆସିଥିବାରୁ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ମୃତଶିଶୁକୁ ନେଇ ମେଡିକାଲରେ ଉତ୍ତେଜନା ସୃଷ୍ଟି ହୋଇଛି।

ବାରିପଦା ସଦର ଥାନା ଅନ୍ତର୍ଗତ ସମାଖୁଣ୍ଟା ବ୍ଲକ ପାଇକସବା ଗ୍ରାମପଞ୍ଚାୟତ ଅଞ୍ଚଳର ବଜ୍ରତୁଣ୍ଡି ଗାଁର ଚନ୍ଦନ ବେହେରାଙ୍କ ସ୍ତ୍ରୀ ସୁରେଖା ଗର୍ଭବତୀ ଥିଲେ। ଗତ ବୁଧବାର ସୁରେଖାଙ୍କ ଗର୍ଭଯନ୍ତ୍ରଣା ହେବାରୁ ତାଙ୍କୁ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ମହିଳାଙ୍କ ପ୍ରସବ ସ୍ବାଭାବିକ ହେବ କହି ଡାକ୍ତର ଓ ନର୍ସମାନେ ସୁରେଖାଙ୍କ ସମ୍ପର୍କୀୟଙ୍କୁ ଆଶ୍ୱାସନା ଦେଇଥିଲେ। ଏପରିକି ଡାକ୍ତର ଦିନ ଗଡେଇବା ସହ ସୁରେଖାଙ୍କ ଯନ୍ତ୍ରଣା ବଢିବାରେ ଲାଗିଥିଲା। ଏଣୁ ପରିବାର ଲୋକେ ଅସ୍ତ୍ରୋପଚାର କରିବାକୁ ଡାକ୍ତରଙ୍କୁ କହିଥିଲେ। ତଥାପି ଡାକ୍ତର ସ୍ବାଭାବିକ ପ୍ରସବ ହେବ କହି ସେମାନଙ୍କ ଅନୁରୋଧକୁ ଏଡାଇ ଦେଇଥିଲେ ବୋଲି ଅଭିଯୋଗ କରିଛନ୍ତି ସମ୍ପର୍କୀୟ। ଫଳରେ ଶନିବାର ଏକ ମୃତଶିଶୁକୁ ଜନ୍ମ ଦେଇଥିଲେ ସୁରେଖା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିବାବେଳେ, ଘଟଣାସ୍ଥଳରେ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଉଦ୍ୟମ କରିଛନ୍ତି। ଅପରପକ୍ଷେ ଏହି ଘଟଣାକୁ ନେଇ ସୁରେଖାଙ୍କ ସ୍ବାମୀ ଚନ୍ଦନ ବେହେରା ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ସମ୍ପୃକ୍ତ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।


All Right Reserved By Dharitri.Com

ଆମ୍ବଡାଳ ପଡ଼ି ଛାତ୍ର ମୃତ

ନିରାକାରପୁର,୧୮-୧୦(ଡି.ଏନ.ଏ.):ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବଗଛର ବିରାଟ...

ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ...

ମୃତ୍ୟୁଞ୍ଜୟଙ୍କ ଶିକ୍ଷାଦାନ ନିଶା

ହାଟଡିହୀ,୨୬ା୨(ଡି.ଏନ.ଏ.)-ମୃତ୍ୟୁଞ୍ଜୟଙ୍କ ବୟସ ୪୦ ବର୍ଷ। ପେସାରେ ଜଣେ ସରକାରୀ ଶିକ୍ଷକ। କିନ୍ତୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରିବା ତାଙ୍କର ନିଶା। ଏଥିଲାଗି ସେ କୌଣସି ଅର୍ଥ ନିଅନ୍ତି...

ବିଧାନସଭାରେ ଏକ ହେଲେ ଶାସକ, ବିରୋଧୀ: ସାମ୍ବାଦିକ ସୁରକ୍ଷା ଆଇନ ଆଣିବାକୁ ଦାବି

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ସାମ୍ବାଦିକମାନେ ସୁରକ୍ଷିତ ନୁହନ୍ତି। ଅନେକ ସମୟରେ ସାମ୍ବାଦିକମାନଙ୍କୁ ଆକ୍ରମଣର ଶିକାର ହେବାକୁ ପଡୁଛି। ତେଣୁ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସରକାର ଏକ ସୁରକ୍ଷା...

ଧାନ ଫସଲ ଅନୁଧ୍ୟାନ କଲେ କୃଷି ବୈଜ୍ଞାନିକ, ଅଧିକାରୀ

ନିମାପଡ଼ା,୧୨ା୧୧(ଡି.ଏନ୍‌.ଏ) ପୁରୀ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ଜିଲା କୃଷି ବିଭାଗର ଅଧିକାରୀମାନେ ସୋମବାର ନିମାପଡ଼ାର ରେଞ୍ଚ ଶାସନ, ହରିପୁର, ଭୋଗଶାଳଦା, ନୁଆରକିରି ଆଦି...

୫ ଡାକ୍ତରଖାନାକୁ ‘ଲକ୍ଷ୍ୟ’ ମାନ୍ୟତା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାଜ୍ୟର ୫ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ‘ଲକ୍ଷ୍ୟ’ ମାନ୍ୟତା ମିଳିଛି। ସେଗୁଡ଼ିକ ହେଲା...

ନୟାଗଡ ଜିଲାରେ ଖାଲି ପଡ଼ିଛି ୧୦୬ ଡାକ୍ତର ପଦବୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହାନ୍ତି ୨୯ ଡାକ୍ତର

ନୟାଗଡ଼ ଅଫିସ,୧୭।୧୦: ରାଜ୍ୟର ବିଭିନ୍ନ ମେଡିକାଲ୍‌ରେ ମୋ ସରକାର କାର୍ଯ୍ୟକ୍ରମ କିପରି ଭାବେ ତୃଣମୂଳସ୍ତରରେ କାର୍ଯ୍ୟକ୍ଷମ ହେଉଛି ତାହାର ସ୍ଥିତି ପରଖୁଛନ୍ତି ୫-ଟି ସଚିବ ଓ...

ସ୍କୁଲ ପରିସରରୁ ଗଛକଟା ଅଭିଯୋଗ

ଭଣ୍ଡାରିପୋଖରୀ, ୧।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ସାରୋ ନୋଡାଲ ସ୍କୁଲ ପରିସରରୁ ୫ଟି ବଡ଼ ବଡ଼ କଦମ୍ବ ଗଛ...

Leave a comment

Your email address will not be published. Required fields are marked *