ରାଜ୍ୟ ଦାୟିତ୍ୱରୁ ମୁକ୍ତ ହେଲେ ରୂପା ମିଶ୍ର

ଭୁବନେଶ୍ୱର,୩ା୨(ବ୍ୟୁରୋ): ୨୦୦୪ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ରୂପା ମିଶ୍ରଙ୍କୁ ନିକଟରେ କେନ୍ଦ୍ରୀୟ ନିଯୁକ୍ତି ମିଳିଛି। ସେ କେନ୍ଦ୍ରରେ ଜଳଶକ୍ତି ମନ୍ତ୍ରଣାଳୟ ଅଧୀନସ୍ଥ ପାନୀୟଜଳ ଏବଂ ପରିମଳ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ। ରୂପା ଆସନ୍ତା ୫ ବର୍ଷ ପାଇଁ ଏହି ପଦରେ କାର୍ଯ୍ୟ କରିବେ ବୋଲି ଜଣାପଡ଼ିଛି। ତେଣୁ ନିୟମ ଅନୁସାରେ ରୂପାଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ପ୍ରଶାସନିକ ଦାୟିତ୍ୱରୁ ମୁକ୍ତ କରାଯାଇଛି। ସେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଅଧୀନରେ ପାନୀୟଜଳ ଓ ପରିମଳ କାର୍ଯ୍ୟକ୍ରମର ନିର୍ଦ୍ଦେଶିକା ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ।

ନିକଟରେ ଓଡ଼ିଶା ପ୍ରଶାସନରେ କାର୍ଯ୍ୟରତ ଆଇଏଏସ୍‌ ଏବଂ ଆଇପିଏସ୍‌ ଅଧିକାରୀସ୍ତରରେ ପଦୋନ୍ନତି ପ୍ରକ୍ରିୟା ସରିଛି। ଅନୁରୂପଭାବେ ସଚିବାଳୟ କନିଷ୍ଠ ପ୍ରଶାସନରେ କାର୍ଯ୍ୟରତ ଅଧିକାରୀମାନଙ୍କ ପଦୋନ୍ନତି ପ୍ରକିୟା ମଧ୍ୟ ଜାରି ରହିଛି। ପ୍ରତିମାସର ଶେଷ ୩ ସରକାରୀ କାର୍ଯ୍ୟ ଦିବସରେ ମୁଖ୍ୟ ଶାସନ ସଚିବ ତଥା ସମତୁଲ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ପଦୋନ୍ନତି ଅଦାଲତ ଅନୁଷ୍ଠିତ ହେଉଛି। ରାଜ୍ୟରେ କାର୍ଯ୍ୟରତ ଭାରତୀୟ ବନ ସେବା(ଆଇଏଫ୍‌ଏସ୍‌) ଅଧିକାରୀମାନଙ୍କର ମଧ୍ୟ ପଦୋନ୍ନତି ପ୍ରକ୍ରିୟା ହେବାକୁ ଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri