Posted inଜାତୀୟ

ଚାଷୀଙ୍କ ୧୭୭ ଆକାଉଣ୍ଟ ବ୍ଲକ୍‌

ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୧ା୨: ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଦାବିରେ ଚାଲିଥିବା କୃଷକ ଆନ୍ଦୋଳନ ସହ ଜଡ଼ିତ ୧୭୭ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ଓ୍ବେବ୍‌ ଲିଙ୍କ୍‌କୁ କେନ୍ଦ୍ର ସରକାର ସାମୟିକ ଭାବେ ବ୍ଲକ୍‌ କରିଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନୁରୋଧକ୍ରମେ
ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ଗତ ୧୪ ଓ ୧୯ ତାରିଖରେ ଏହି ଆକାଉଣ୍ଟଗୁଡ଼ିକୁ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କୁହାଯାଇଛି। ଆଇଟି ଆଇର ଧାରା ୬୯ଏ ବଳରେ ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ, ଏକ୍ସ, ସ୍ନାପ୍‌ଚାଟ ଓ ଅନ୍ୟ ସାମାଜିକ ଗଣମାଧ୍ୟମ ପ୍ଲାଟ୍‌ଫର୍ମର ୧୭୭ ଆକାଉଣ୍ଟକୁ ଅସ୍ଥାୟୀ ରୂପେ ବନ୍ଦ କରାଯାଇଥିବା ସୂତ୍ରରୁ ପ୍ରକାଶ।
କୃଷକମାନେ କେନ୍ଦ୍ରର ସର୍ତ୍ତ ନ ମାନି ଦିଲ୍ଲୀ ସୀମାରୁ ଜାତୀୟ ରାଜଧାନୀ ଅଭିମୁଖେ ଅଗ୍ରସର ହେବାରେ ଲାଗିଛନ୍ତି। ଚାଷୀ ନେତା ସରଓ୍ବନ୍‌ ସିଂ ପାନ୍ଧେର କହିଛନ୍ତି, କେନ୍ଦ୍ର ସରକାର ଏମ୍‌ଏସ୍‌ପି ସମ୍ପର୍କିତ ଆଇନ ପ୍ରଣୟନ ପାଇଁ ପାର୍ଲାମେଣ୍ଟର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଡାକନ୍ତୁ। ସରକାର କୃଷିଋଣ ଛାଡ଼ ସମେତ ମୁଖ୍ୟ ଦାବିଗୁଡ଼ିକ ମାନିନେବା ଉଚିତ। ଇତିମଧ୍ୟରେ କଂଗ୍ରେସ ମୁଖପାତ୍ର ପଓ୍ବନ ଖେରା କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ରେ ଏମ୍‌ଏସ୍‌ପି ପାଇଁ ଓକିଲାତି କରିଥିଲେ। ଏବେ ସେ ପଛଘୁଞ୍ଚା ଦେଉଛନ୍ତି। କେବଳ ଏତିକି ନୁହେଁ, ଆନ୍ଦୋଳନରତ ଚାଷୀଙ୍କ ସ୍ବରକୁ ଚପାଇଦେବା ପାଇଁ ସରକାର ସେମାନଙ୍କ ସୋସିଆଲ ମିଡିଆ ଆକାଉଣ୍ଟଗୁଡ଼ିକୁ ବ୍ଲକ୍‌ କରିବା ଦୁର୍ଭାଗ୍ୟଜନକ। କୃଷକମାନଙ୍କୁ ଦେଶ ବିରୋଧୀ ଆଖ୍ୟା ଦିଆ ନ ଯାଉ। ସେମାନଙ୍କୁ ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ କରିବାକୁ ଦିଆଯାଉ ବୋଲି ଖେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri