Posted inଜାତୀୟ

ଚାଷୀଙ୍କ ୧୭୭ ଆକାଉଣ୍ଟ ବ୍ଲକ୍‌

ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୧ା୨: ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଦାବିରେ ଚାଲିଥିବା କୃଷକ ଆନ୍ଦୋଳନ ସହ ଜଡ଼ିତ ୧୭୭ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ଓ୍ବେବ୍‌ ଲିଙ୍କ୍‌କୁ କେନ୍ଦ୍ର ସରକାର ସାମୟିକ ଭାବେ ବ୍ଲକ୍‌ କରିଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନୁରୋଧକ୍ରମେ
ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ଗତ ୧୪ ଓ ୧୯ ତାରିଖରେ ଏହି ଆକାଉଣ୍ଟଗୁଡ଼ିକୁ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କୁହାଯାଇଛି। ଆଇଟି ଆଇର ଧାରା ୬୯ଏ ବଳରେ ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ, ଏକ୍ସ, ସ୍ନାପ୍‌ଚାଟ ଓ ଅନ୍ୟ ସାମାଜିକ ଗଣମାଧ୍ୟମ ପ୍ଲାଟ୍‌ଫର୍ମର ୧୭୭ ଆକାଉଣ୍ଟକୁ ଅସ୍ଥାୟୀ ରୂପେ ବନ୍ଦ କରାଯାଇଥିବା ସୂତ୍ରରୁ ପ୍ରକାଶ।
କୃଷକମାନେ କେନ୍ଦ୍ରର ସର୍ତ୍ତ ନ ମାନି ଦିଲ୍ଲୀ ସୀମାରୁ ଜାତୀୟ ରାଜଧାନୀ ଅଭିମୁଖେ ଅଗ୍ରସର ହେବାରେ ଲାଗିଛନ୍ତି। ଚାଷୀ ନେତା ସରଓ୍ବନ୍‌ ସିଂ ପାନ୍ଧେର କହିଛନ୍ତି, କେନ୍ଦ୍ର ସରକାର ଏମ୍‌ଏସ୍‌ପି ସମ୍ପର୍କିତ ଆଇନ ପ୍ରଣୟନ ପାଇଁ ପାର୍ଲାମେଣ୍ଟର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଡାକନ୍ତୁ। ସରକାର କୃଷିଋଣ ଛାଡ଼ ସମେତ ମୁଖ୍ୟ ଦାବିଗୁଡ଼ିକ ମାନିନେବା ଉଚିତ। ଇତିମଧ୍ୟରେ କଂଗ୍ରେସ ମୁଖପାତ୍ର ପଓ୍ବନ ଖେରା କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ରେ ଏମ୍‌ଏସ୍‌ପି ପାଇଁ ଓକିଲାତି କରିଥିଲେ। ଏବେ ସେ ପଛଘୁଞ୍ଚା ଦେଉଛନ୍ତି। କେବଳ ଏତିକି ନୁହେଁ, ଆନ୍ଦୋଳନରତ ଚାଷୀଙ୍କ ସ୍ବରକୁ ଚପାଇଦେବା ପାଇଁ ସରକାର ସେମାନଙ୍କ ସୋସିଆଲ ମିଡିଆ ଆକାଉଣ୍ଟଗୁଡ଼ିକୁ ବ୍ଲକ୍‌ କରିବା ଦୁର୍ଭାଗ୍ୟଜନକ। କୃଷକମାନଙ୍କୁ ଦେଶ ବିରୋଧୀ ଆଖ୍ୟା ଦିଆ ନ ଯାଉ। ସେମାନଙ୍କୁ ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ କରିବାକୁ ଦିଆଯାଉ ବୋଲି ଖେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri