୧୭୭୦୩ ପରୀକ୍ଷାର୍ଥୀ ଅନୁପସ୍ଥିତ

କଟକ ଅଫିସ,୧୪ା୩: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସମେଟିଭ-୨ ପରୀକ୍ଷା ଦେବା ପାଇଁ ଛାତ୍ରୀଛାତ୍ର ଫର୍ମପୂରଣ କରିବା ସହ ଆଡମିଟ୍‌ କାର୍ଡ ପାଇଛନ୍ତି। ମାତ୍ର ହଜାର ହଜାର ସଂଖ୍ୟକ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଆସିନାହାନ୍ତି। ରାଜ୍ୟର ୧୯ ହଜାରରୁ ଅଧିକ ପରୀକ୍ଷାର୍ଥୀ ଗତ ଶୁକ୍ରବାର ପରୀକ୍ଷାର ପ୍ରଥମ ଦିନ ହଲ୍‌କୁ ଆସି ନ ଥିବା ବେଳେ ସୋମବାର ଦ୍ୱିତୀୟ ଦିନରେ ୧୭ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏତେ ସଂଖ୍ୟକ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ଘଟଣାକୁ ଗଣଶିକ୍ଷା ବିଭାଗ ଗୁରୁତ୍ୱର ସହ ନେଇଛି। କାହିଁକି ପିଲାମାନେ ପରୀକ୍ଷାରୁ ଦୂରେଇ ରହିଲେ, ସେନେଇ ଖୋଳତାଡ଼ ଆରମ୍ଭ କରିଛି ବିଭାଗ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ ସମ୍ପର୍କରେ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରିବା ସହ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। କେଉଁ ଜିଲାରେ କେତେ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି, ତା’ର ତଥ୍ୟ ସଂଗ୍ରହ କରାଯାଇଛି। ସୋମବାର ଦ୍ୱିତୀୟ ଭାଷା ଇଂଲିଶ ବିଷୟରେ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ୫ ଲକ୍ଷ ୩୯ ହଜାର ୭୩୯ ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବାବେଳେ ୫ ଲକ୍ଷ ୨୨ ହଜାର ୩୬ ଜଣ ଏହି ପରୀକ୍ଷା ଦେଇଛନ୍ତି। ୧୭ ହଜାର ୭୦୩ ଜଣ ଏହି ପରୀକ୍ଷାରେ ଅନୁପସ୍ଥିତ ରହିଛନ୍ତି। ହାଇସ୍କୁଲରୁ ୧୬ ହଜାର ୪୩୨, ରାଜ୍ୟ ମୁକ୍ତ ବିଦ୍ୟାଳୟରୁ ୭୫୨, ମଧ୍ୟମାରେ ୫୧୯ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ସେହିପରି ୩୮ ଜଣ ପରୀକ୍ଷାର୍ଥୀ କପି କରି ଧରାପଡ଼ିଥିବା ବୋର୍ଡ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri